ଜାନୁଆରୀ ୧୫ ତାରିଖରେ ହେବାକୁ ଥିବା ନେଟ୍ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: ଆସନ୍ତାକାଲି ହେବାକୁ ଥିବା ନେଟ୍ ପରୀକ୍ଷା ସ୍ଥଗିତ । ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀକୁ ଦୃଷ୍ଟିରେ... The post ଜାନୁଆରୀ ୧୫ ତାରିଖରେ ହେବାକୁ ଥିବା ନେଟ୍ ପରୀକ୍ଷା ସ୍ଥଗିତ appeared first on .

ଜାନୁଆରୀ ୧୫ ତାରିଖରେ ହେବାକୁ ଥିବା ନେଟ୍ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: ଆସନ୍ତାକାଲି ହେବାକୁ ଥିବା ନେଟ୍ ପରୀକ୍ଷା ସ୍ଥଗିତ । ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛି ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି । ପରୀକ୍ଷା ସ୍ଥଗିତ ରଖାଯିବା ସମ୍ପର୍କରେ ଏନଟିଏ ୱେବସାଇଟ୍ ugcnet.nta.ac.inରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାନୁଆରୀ ୧୫ତାରିଖରେ ନେଟ୍ ପରୀକ୍ଷା ହେବାର ଥିଲା। ଯାହାକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। ଖୁବ ଶୀଘ୍ର ଏହାର ନୂଆ ତାରିଖ ଘୋଷଣା କରାଯିବ। ଅନ୍ୟପଟେ ଜାନୁଆରୀ ୧୬ ତାରିଖରେ ହେବାକୁ ଥିବା ପରୀକ୍ଷା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଅନୁଷ୍ଠିତ ହେବ। ପରୀକ୍ଷା ସମ୍ବନ୍ଧୀୟ ଯେ କୌଣସି ଜରୁରୀ ସୂଚନା ସମ୍ପର୍କରେ ଅବଗତ ହେବା ପାଇଁ ଅଫିସିଆଲ୍ ୱେବସାଇଟ୍ ଉପରେ ନଜର ରଖିବାକୁ ପରୀକ୍ଷାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି ।

The post ଜାନୁଆରୀ ୧୫ ତାରିଖରେ ହେବାକୁ ଥିବା ନେଟ୍ ପରୀକ୍ଷା ସ୍ଥଗିତ appeared first on .