ଜାନୁଆରୀ ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୧୭।୧: ଆଗାମୀ ଜାନୁଆରୀ ୨୦ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। The post ଜାନୁଆରୀ ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି appeared first on Dharitri Odia News.

ଜାନୁଆରୀ ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୧୭।୧: ଆଗାମୀ ଜାନୁଆରୀ ୨୦ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

The post ଜାନୁଆରୀ ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି appeared first on Dharitri Odia News.