ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୮।୧: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିପାରେ। ଜାନୁଆରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ କ୍ରମାଗତ ଅଷ୍ଟମଥର ପାଇଁ ବଜେଟ ଉପସ୍ଥାପନ କରିବେ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ଆରମ୍ଭ ହୋଇ […] The post ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ appeared first on Dharitri Odia News.

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୮।୧: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିପାରେ। ଜାନୁଆରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ କ୍ରମାଗତ ଅଷ୍ଟମଥର ପାଇଁ ବଜେଟ ଉପସ୍ଥାପନ କରିବେ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ଆରମ୍ଭ ହୋଇ ଏପ୍ରିଲ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ସମ୍ଭବତଃ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିପାରେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉଭୟ ଗୃହରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ ଏବଂ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ସହ ପ୍ରଥମ ପର୍ଯ୍ୟାୟ ଶେଷ ହେବ।

The post ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ appeared first on Dharitri Odia News.