ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ, ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ

ଜାନୁୟାରୀ ୩୧ ତାରିଖରୁ ସଂସଦର ବଜେଟ ଅଧିବେଶନ।  ଫେବୃୟାରୀ ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ । ଜାନୁୟାରୀ ୩୧ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭା ଓ ରାଜ୍ୟସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବ ।  ଦୁଇଟି ପର୍ଯ୍ୟାୟରେ ହେବ ଏହି ବଜେଟ ଅଧିବେଶନ । ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ […] The post ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ, ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ appeared first on KNews Odisha.

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ, ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ
budget

ଜାନୁୟାରୀ ୩୧ ତାରିଖରୁ ସଂସଦର ବଜେଟ ଅଧିବେଶନ।  ଫେବୃୟାରୀ ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ । ଜାନୁୟାରୀ ୩୧ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭା ଓ ରାଜ୍ୟସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବ ।  ଦୁଇଟି ପର୍ଯ୍ୟାୟରେ ହେବ ଏହି ବଜେଟ ଅଧିବେଶନ । ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱିତୀୟ ଭାଗ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ।

ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଦିଲ୍ଲୀ ଭୋଟ ଦିନ ବଜେଟ ଅଧିବେଶନ ଚାଲିବ ନାହିଁ ।  ୩ ଫେବୃଆରୀରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ହେବ ।  ବଜେଟରେ ଏଥର ପୁରୁଣା ଟାକ୍ସ ବ୍ୟବସ୍ଥା ଉପରେ କିଛି ପରିବର୍ତ୍ତନ ଆସିପାରେ । ପୁରୁଣା ଆୟକର ବ୍ୟବସ୍ଥାରେ ପରିବର୍ତ୍ତନ ନେଇ ପ୍ରଥମରୁ ଚର୍ଚ୍ଚା ଲାଗି ରହିଛି । ଏହି ଟ୍ଯାକ୍ସ ବ୍ୟବସ୍ଥା ୧ ଏପ୍ରିଲ ୨୦୨୦ରେ ଲାଗୁ କରାଯାଇଥିଲା । ଅଷ୍ଟାଦଶ ଲୋକସଭା ନିର୍ବାଚନ ପରେ ସରକାର ପୂର୍ଣ୍ଣ ବଜେଟ ଉପସ୍ଥାପନ କରିବେ ।  ପରମ୍ପରା ଅନୁସାରେ ବଜେଟ ଅଧିବେଶନ ଆରମ୍ଭ ଦିନ ୩୧ ଜାନୁଆରୀରେ ସଂସଦର ଦୁଇ ଗୃହର ମିଳିତ ଅଧିବେଶନ ବୈଠକ ହେବ ।

ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଆଗତ ହେବ ।  ଏହାପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ କରିବେ । ଅଧିବେଶନର ପ୍ରଥମ ପର୍ଯ୍ଯାୟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଦୁଇ ଗୃହରେ ଆଲୋଚନା ହେବ ।  ଦୁଇ ସଦନରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପରେ ଏହା ସମାପନ ହେବାର ପରମ୍ପରା ରହିଛି । ଲଗାତାର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରେକର୍ଡ କରିବାକୁ ଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ଏହା ହେବ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ।

The post ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ, ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ appeared first on KNews Odisha.