ଜାନୁୟାରୀରେ ଶୀତ କମ୍
ଭୁବନେଶ୍ୱର,୨ା୧(ଅସମାପିକା ସାହୁ):ଜାନୁୟାରୀରେ ଶୀତର ପ୍ରଭାବ କମ୍ ରହିବ। ରାତିର ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବା ସମ୍ଭାବନା ଥିବାରୁ ଥଣ୍ଡା କମ୍ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆସନ୍ତା ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୨ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଗୋଟିଏରୁ […] The post ଜାନୁୟାରୀରେ ଶୀତ କମ୍ appeared first on Dharitri Odia News.
ଭୁବନେଶ୍ୱର,୨ା୧(ଅସମାପିକା ସାହୁ):ଜାନୁୟାରୀରେ ଶୀତର ପ୍ରଭାବ କମ୍ ରହିବ। ରାତିର ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବା ସମ୍ଭାବନା ଥିବାରୁ ଥଣ୍ଡା କମ୍ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଆସନ୍ତା ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୨ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ୪ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ସେହିପରି ୫ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ବାକି ଜିଲାରେ ପାଗ ଶୁଖିଲା ରହିବ। ୬ ଓ ୭ ତାରିଖଠାରୁ ସାରା ରାଜ୍ୟରେ ପାଗ ଶୁଖିଲା ରହିବ। ସେପଟେ କୁହୁଡ଼ି ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୨ ତାରିଖରେ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ସୋନପୁର, କୋରାପୁଟ, ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କଟକ ଓ ଜଗତ୍ସିଂହପୁର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେହିଭଳି ୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳରେ ଘନକୁହୁଡ଼ି ଅନୁଭୂତ ହେବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେପଟେ ସୋମବାର କୋରାପୁଟରେ ସର୍ବନିମ୍ନ ୭.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
The post ଜାନୁୟାରୀରେ ଶୀତ କମ୍ appeared first on Dharitri Odia News.