ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ
ଅନୁଗୋଳ,୧୪ା୧୦(ଜ୍ୟୋତିରଞ୍ଜନ ସାହୁ)/ ଛେଣ୍ଡିପଦା (ଅଜିତ ଧଳ)- ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍ପି)ର ବଡ଼ଧରଣର ବିସ୍ଫୋରଣ ହୋଇଛି। ବ୍ଲାଷ୍ଟ ଫର୍ଣ୍ଣେସ୍ରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। କେଉଁ କାରଣରୁ ବିସ୍ଫୋରଣ ହେଲା ତାହା ଏଯାବତ୍ ଅସ୍ପଷ୍ଟ ରହିଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚିଛନ୍ତି। ପରିସ୍ଥିତିକୁ ଆୟତ୍ତକୁ ଆଣିବାକୁ ଚେଷ୍ଟାକରୁଛନ୍ତି। ଜରୁରୀକାଳୀନ ସୁରକ୍ଷା ପାଇଁ କମ୍ପାନୀ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା କାର୍ଯ୍ୟକାରୀ […] The post ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ appeared first on Dharitri Odia News.
ଅନୁଗୋଳ,୧୪ା୧୦(ଜ୍ୟୋତିରଞ୍ଜନ ସାହୁ)/ ଛେଣ୍ଡିପଦା (ଅଜିତ ଧଳ)- ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍ପି)ର ବଡ଼ଧରଣର ବିସ୍ଫୋରଣ ହୋଇଛି। ବ୍ଲାଷ୍ଟ ଫର୍ଣ୍ଣେସ୍ରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। କେଉଁ କାରଣରୁ ବିସ୍ଫୋରଣ ହେଲା ତାହା ଏଯାବତ୍ ଅସ୍ପଷ୍ଟ ରହିଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚିଛନ୍ତି। ପରିସ୍ଥିତିକୁ ଆୟତ୍ତକୁ ଆଣିବାକୁ ଚେଷ୍ଟାକରୁଛନ୍ତି।
ଜରୁରୀକାଳୀନ ସୁରକ୍ଷା ପାଇଁ କମ୍ପାନୀ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ପରିସ୍ଥିତି ସମ୍ପୂର୍ଣ ନିୟନ୍ତ୍ରଣରେ ଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ନିଶା ଶିଳ୍ପାଞ୍ଚଳ ଥାନା ଆଇଆଇସି ବିବେକାନନ୍ଦ ମହନ୍ତ କହିଛନ୍ତି, କମ୍ପାନୀର ଗ୍ୟାସ୍ ପାଇପ୍ରେ ବିସ୍ଫୋରଣ ହୋଇଥିଲା। ସଫେଇ କାର୍ଯ୍ୟ ବେଳେ ଗ୍ୟାସ୍ ପାଇପ୍ ଫାଟି ଯାଇଥିଲା।
The post ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ appeared first on Dharitri Odia News.