ଜିରୋ ନାଇଟ ସେଲେବ୍ରେସନ କୁ ନେଇ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା
ଭୁବନେଶ୍ୱର : ଦିନକ ପରେ ନୂଆବର୍ଷ । ଆଜି ରାତି ୧୨ରେ ହେବ ଜିରୋ ନାଇଟ୍ ସେଲିବ୍ରେସନ୍ । ୨୦୨୫ କୁ ସ୍ୱାଗତ କରିବା ପାଇଁ ସବୁଠି ପ୍ରସ୍ତୁତି ଜୋରଦାର । ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ସଜେଇ ହେଲାଣି ବିଭିନ୍ନ ହୋଟେଲ ଏବଂ ବାର । ତେବେ ଜିରୋ ନାଇଟ୍ ସେଲିବ୍ରେସନ୍ ବେଳେ ମଦୁଆଙ୍କ ଉପରେ କଡ଼ା ନଜର ରଖିବେ ସରକାର । ମଦ୍ୟପାନ ଜନିତ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି […]

ଭୁବନେଶ୍ୱର : ଦିନକ ପରେ ନୂଆବର୍ଷ । ଆଜି ରାତି ୧୨ରେ ହେବ ଜିରୋ ନାଇଟ୍ ସେଲିବ୍ରେସନ୍ । ୨୦୨୫ କୁ ସ୍ୱାଗତ କରିବା ପାଇଁ ସବୁଠି ପ୍ରସ୍ତୁତି ଜୋରଦାର । ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ସଜେଇ ହେଲାଣି ବିଭିନ୍ନ ହୋଟେଲ ଏବଂ ବାର । ତେବେ ଜିରୋ ନାଇଟ୍ ସେଲିବ୍ରେସନ୍ ବେଳେ ମଦୁଆଙ୍କ ଉପରେ କଡ଼ା ନଜର ରଖିବେ ସରକାର । ମଦ୍ୟପାନ ଜନିତ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ଅସ୍ଥାୟୀ ବାର୍ ଖୋଲିବା ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଛନ୍ତି ସରକାର । ବେଆଇନ ମଦ କାରବାର ଉପରେ ଗତ ୨୭ ତାରିଖରୁ ଚଢ଼ାଉ ଚାଲିଛି । ଅନେକ ସ୍ଥାନରେ ମଦ ଜବତ କରାଯିବା ସହ ବେଆଇନ ମଦ ବେପାରୀଙ୍କୁ ଗିରଫ ମଧ୍ୟ କରିଛି ଅବକାରୀ ବିଭାଗ । ପୁରା ଓଡ଼ିଶାରେ ପୋଲିସ, ଅବକାରୀ ବିଭାଗ ମିଳିତ ଭାବେ ଏହି ପ୍ରକ୍ରିୟା ଚଳାଇଛନ୍ତି ।
ନୂଆବର୍ଷରେ ବେଆଇନ ମଦ କାରବାର ସମ୍ପୂର୍ଣ୍ଣ ବନ୍ଦ ପାଇଁ ଆହୁରି କଠୋର ହେବେ ରାଜ୍ୟ ସରକାର । ପ୍ରତି ଜିଲ୍ଲାରେ ରହିବେ ସ୍ପେଶାଲ ଏନଫୋର୍ସମେଣ୍ଟ ଟିମ୍ । ଜିଲ୍ଲାରେ କୌଣସି ଜାଗାରେ ଯେମିତି ଚୋରା ମଦ ବିକ୍ରି ନହେବ, ତାହାର ଟାର୍ଗେଟ ନେଇ ଏନଫୋର୍ସମେଣ୍ଟ ଟିମ୍ କାର୍ଯ୍ୟ କରିବ । ଜବତ ହେଉଥିବା ଗାଡ଼ି ଗୁଡ଼ିକୁ ସରକାର ସମ୍ପୂର୍ଣ୍ଣ ବାଜ୍ୟାପ୍ତି କରିବେ ବେଲି ଆଇନ ମନ୍ତ୍ରୀ କହିଛନ୍ତି ।
ଅନ୍ୟପଟେ ଜିରୋ ନାଇଟ ଉତ୍ସୃଙ୍ଖଳିତଙ୍କୁ ରୋକିବା ପାଇଁ ଆଜି ସନ୍ଧ୍ୟାରୁ ଯାଞ୍ଚ ପ୍ରକ୍ରିୟାକୁ ଆହୁରି କଡ଼ାକଡ଼ି କରାଯିବ । ମଦ ପିଇ ଗାଡ଼ି ଚଳାଇଲେ ବାନ୍ଧିବ ପୁଲିସ। ସେହିପରି ରୋଡ୍ ରୋମିଓଙ୍କ ଉପରେ ତୀକ୍ଷଣ ନଜର ରହିବ । ସେମାନଙ୍କ ପାଇଁ ଜିରୋ ଟଲେରାନ୍ସ ନୀତି ଆପଣେଇଛି କମିଶନରେଟ ପୁଲିସ । କଟକରେ ମୁତୟନ ରହିବେ ୮ ପ୍ଲାଟୁନ୍ ଫୋର୍ସ । ରାତି ୧୨ଟା ପରେ ଜିରୋ ନାଇଟ୍ ସେଲିବ୍ରେସନରେ ମାତିଲେ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଇଛନ୍ତି କଟକ ଡିସିପି ।