ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଆଦିବାସୀ ସଂଘ
ନୂଆପଡ଼ା,୨୮ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସଂଘ ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ମହିଳାପୁରୁଷ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ସ୍ଥାନୀୟ ପୋଲିସ ପଡିଆଠାରୁ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲେ। ସେଠାରେ ଦୀର୍ଘ ୪ ଘଣ୍ଟା ଧାରଣାରେ ବସିଲା ପରେ ଅତିରିକ୍ତ ଜିଲାପାଳ ଭୀମସେନ ଶବର ପହଞ୍ଚି ଧାରଣାକାରୀଙ୍କ ସହ […] The post ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଆଦିବାସୀ ସଂଘ appeared first on Dharitri Odia News.
ନୂଆପଡ଼ା,୨୮ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ସଂଘ ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ମହିଳାପୁରୁଷ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ସ୍ଥାନୀୟ ପୋଲିସ ପଡିଆଠାରୁ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲେ। ସେଠାରେ ଦୀର୍ଘ ୪ ଘଣ୍ଟା ଧାରଣାରେ ବସିଲା ପରେ ଅତିରିକ୍ତ ଜିଲାପାଳ ଭୀମସେନ ଶବର ପହଞ୍ଚି ଧାରଣାକାରୀଙ୍କ ସହ ଆଲୋଚନା କରିଥିଲେ।
ହେଲେ ଦାବି ପୂରଣ ନ ହେବ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ସଭାପତି ମାଝି ପ୍ରକାଶ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ଅତିରିକ୍ତ ଜିଲାପାଳ ଶବରଙ୍କୁ ୩୦ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
ଆନ୍ଦୋଳନରେ ରାଜ୍ୟ ସଭାପତି ବାଳକୃଷ୍ଣ ଶବର, ଜିଲା ସମ୍ପାଦକ ଈଶ୍ୱର ଚନ୍ଦ୍ର ନାଏକ, ଉପସଭାପତି କମଲେଶ ଠାକୁର, ନୂଆପଡା ବ୍ଲକ ସଭାପତି ଭକ୍ତବନ୍ଧୁ ଧରୁଆଙ୍କ ସମେତ ଶତାଧିକ ଆଦିବାସୀ ଉପସ୍ଥିତ ଥିଲେ।
The post ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଆଦିବାସୀ ସଂଘ appeared first on Dharitri Odia News.