ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଗୋୟଲଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲାପାଳ କୃଣାଲ ମୋତିରାମ ଚୌହାନ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପ ଜିଲାପାଳ ସ୍ନେହା ଅରୁଗୁଲା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପ୍ରଣବ ଶବର, ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ […] The post ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ appeared first on Dharitri Odia News.

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଗୋୟଲଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲାପାଳ କୃଣାଲ ମୋତିରାମ ଚୌହାନ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପ ଜିଲାପାଳ ସ୍ନେହା ଅରୁଗୁଲା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ପ୍ରଣବ ଶବର, ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ପ୍ରଶାନ୍ତ କୁମାର ଦାଶ ଏଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ କରିସ୍ମା ଭେସ୍ରା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୬୩ ଗୋଟି ଅଭିଯୋଗ ମଧ୍ୟରୁ ୩୮ ଗୋଟି ବ୍ୟକ୍ତିଗତ, ୨୫ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

The post ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ appeared first on Dharitri Odia News.