ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପ୍ୟାରେଡ଼ ପଡିଆଠାରେ ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରଶାସନ ଓ କଳାହାଣ୍ଡି ଜିଲା ଦିବ୍ୟାଙ୍ଗ ମଞ୍ଚ ତଥା ସାଇଟ ସେଭର ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଆୟୋଜିତ କ୍ରୀଡ଼ା ମେଳାରେ ଅବସରପ୍ରାପ୍ତ ଶିକ୍ଷକ ପବିତ୍ର ମୋହନ ପଶା, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ,ବିଭାଗୀୟ କ୍ଲର୍କ ପ୍ରଦୀପ କୁମାର ମାଝୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଦିବ୍ୟାଙ୍ଗ ଭଉଣୀଭାଇମାନଙ୍କୁ ଉତ୍ସାହିତ […] The post ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ appeared first on Dharitri Odia News.

ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପ୍ୟାରେଡ଼ ପଡିଆଠାରେ ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରଶାସନ ଓ କଳାହାଣ୍ଡି ଜିଲା ଦିବ୍ୟାଙ୍ଗ ମଞ୍ଚ ତଥା ସାଇଟ ସେଭର ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଆୟୋଜିତ କ୍ରୀଡ଼ା ମେଳାରେ ଅବସରପ୍ରାପ୍ତ ଶିକ୍ଷକ ପବିତ୍ର ମୋହନ ପଶା, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ,ବିଭାଗୀୟ କ୍ଲର୍କ ପ୍ରଦୀପ କୁମାର ମାଝୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଦିବ୍ୟାଙ୍ଗ ଭଉଣୀଭାଇମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରଥମେ ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟଠାରୁ ବିଶାଳ ଶୋଭାଯାତ୍ରାରେ ଆସି ପ୍ୟାରେଡ଼ ପଡିଆଠାରେ ପହଞ୍ଚିବା ପରେ ବିଭିନ୍ନ ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା।

The post ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ appeared first on Dharitri Odia News.