ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପାଇଁ ବୁଧବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତଙ୍କ ସମେତ ଜିଲାର ବିଧାୟକ, ଜିଲା ପରିଷଦ ଅଧ୍ୟକ୍ଷା, ଚାଷୀ ଓ ମିଲର୍ସ ପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଆସନ୍ତା ମେ’ ମାସ ୧୪ରୁ ରବି ଧାନ ସଂଗ୍ରହ ପାଇଁ ଜିଲାରେ ମଣ୍ଡି ଖୋଲିବା […] The post ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି appeared first on Dharitri Odia News.

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପାଇଁ ବୁଧବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତଙ୍କ ସମେତ ଜିଲାର ବିଧାୟକ, ଜିଲା ପରିଷଦ ଅଧ୍ୟକ୍ଷା, ଚାଷୀ ଓ ମିଲର୍ସ ପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଆସନ୍ତା ମେ’ ମାସ ୧୪ରୁ ରବି ଧାନ ସଂଗ୍ରହ ପାଇଁ ଜିଲାରେ ମଣ୍ଡି ଖୋଲିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ମଣ୍ଡିଗୁଡ଼ିକ କୌଣସି ଅନିୟମିତତା ଦୃଷ୍ଟିକୁ ଆସିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ କହିଛନ୍ତି।

The post ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି appeared first on Dharitri Odia News.