ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ଅନ୍ୟପଟେ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସହାୟତା ଘୋଷଣା ନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ଟୁଇଟ୍‌ରେ ମୁଖ୍ୟମନ୍ତ୍ରୀ […] The post ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ଅନ୍ୟପଟେ ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସହାୟତା ଘୋଷଣା ନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

ଟୁଇଟ୍‌ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।

ମୁଁ ଦିବଂଗତ ଛାତ୍ରୀଙ୍କ ପରିବାରକୁ ଆଶ୍ୱାସନା ଦେଉଛି ଯେ ସମ୍ପୃକ୍ତ ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରାଯିବ। ଏଥିପାଇଁ ବ୍ୟକ୍ତିଗତ ଭାବେ ମୁଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛି । ପରିବାର ସହିତ ସରକାର ଦୃଢ଼ ଭାବରେ ଛିଡା ହୋଇଛନ୍ତି ।

The post ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.