ଜୁଲାଇ ୧ରୁ ଆଇପିସି, ସିଆର୍‌ପିସି, ଏଭିଡେନ୍ସ ଆକ୍ଟ ଯୁଗ ହେବ ଶେଷ: କାର୍ଯ୍ୟକାରୀ ହେବ ଏହି ୩ ନୂଆ ଆଇନ୍‌

ନୂଆଦିଲ୍ଲୀ,୩୦ା୬:ସାରା ଦେଶରେ ୩ଟି ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବ। ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି), ଫୌଜଦାରୀ ଅପରାଧ ସଂହିତା (ସିଆର୍‌ପିସି) ଏବଂ ଭାରତୀୟ ସାକ୍ଷ୍ୟ ଆଇନ ସ୍ଥାନରେ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ କାର୍ଯ୍ୟକାରୀ ହେବ। ନୂଆ ଆଇନ […] The post ଜୁଲାଇ ୧ରୁ ଆଇପିସି, ସିଆର୍‌ପିସି, ଏଭିଡେନ୍ସ ଆକ୍ଟ ଯୁଗ ହେବ ଶେଷ: କାର୍ଯ୍ୟକାରୀ ହେବ ଏହି ୩ ନୂଆ ଆଇନ୍‌ appeared first on Dharitri Odia News.

ଜୁଲାଇ ୧ରୁ ଆଇପିସି, ସିଆର୍‌ପିସି, ଏଭିଡେନ୍ସ ଆକ୍ଟ ଯୁଗ ହେବ ଶେଷ: କାର୍ଯ୍ୟକାରୀ ହେବ ଏହି ୩ ନୂଆ ଆଇନ୍‌

ନୂଆଦିଲ୍ଲୀ,୩୦ା୬:ସାରା ଦେଶରେ ୩ଟି ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହା ବ୍ରିଟିଶ ଅମଳର ଆଇନର ଅନ୍ତ ଘଟାଇବା ସହ ଭାରତର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବ। ବ୍ରିଟିଶ ଅମଳରୁ ଚାଲିଆସିଥିବା ଭାରତୀୟ ଦଣ୍ଡ ସଂହିତା(ଆଇପିସି), ଫୌଜଦାରୀ ଅପରାଧ ସଂହିତା (ସିଆର୍‌ପିସି) ଏବଂ ଭାରତୀୟ ସାକ୍ଷ୍ୟ ଆଇନ ସ୍ଥାନରେ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ କାର୍ଯ୍ୟକାରୀ ହେବ। ନୂଆ ଆଇନ ଏକ ଆଧୁନିକ ନ୍ୟାୟିକ ବ୍ୟବସ୍ଥା ଆଣିବ, ଯେଉଁଥିରେ ଜିରୋ ଏଫ୍‌ଆଇଆର୍‌ ଅର୍ଥାତ୍‌ ଯେକୌଣସି ଥାନାରେ ଏତଲା ଦାଏର କରାଯାଇପାରିବ। ଏପରିକି ଅନ୍‌ଲାଇନରେ ପୋଲିସରେ ଅଭିଯୋଗ ଦାଏର କରାଯିବା ସହ ଏସ୍‌ଏମ୍‌ଏସ୍‌ ଭଳି ଅନ୍‌ଲାଇନ ମୋଡ୍‌ରେ ସମନ ଜାରି କରାଯିବ। ସମସ୍ତ ଜଘନ୍ୟ ଅପରାଧ କ୍ରାଇମ୍‌ ସିନ୍‌ର ଭିଡିଓଗ୍ରାଫିକୁ ବାଧ୍ୟତାମୂଳକ କରାଯିବ। ବର୍ତ୍ତମାନର ସମାଜରେ ପ୍ରଚଳିତ ଥିବା କେତେକ ସାମାଜିକ ବାସ୍ତବତା ଏବଂ ଅପରାଧକୁ ରୋକିବାରେ ଏହା ସହାୟକ ହେବା ସହ ନ୍ୟାୟପାଳିକାକୁ ପ୍ରଭାବୀ କରିବାରେ ଉପଯୁକ୍ତ ବ୍ୟବସ୍ଥା ଯୋଗାଇଦେବ। ଗତବର୍ଷ ଡିସେମ୍ବର ୨୧ରେ ୩ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଡିସେମ୍ବର ୨୬ରେ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ଆଇନରେ ପରିଣତ ହୋଇଥିଲା।

The post ଜୁଲାଇ ୧ରୁ ଆଇପିସି, ସିଆର୍‌ପିସି, ଏଭିଡେନ୍ସ ଆକ୍ଟ ଯୁଗ ହେବ ଶେଷ: କାର୍ଯ୍ୟକାରୀ ହେବ ଏହି ୩ ନୂଆ ଆଇନ୍‌ appeared first on Dharitri Odia News.