ଜୁଲାଇ ୧୭ ରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା

ଭୁବନେଶ୍ୱର : ବାଲେଶ୍ୱର ଏଫଏମ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପ୍ରତିବାଦରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଦଳ । ଆସନ୍ତା ୧୭ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ କରାଯିବ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳ ଏହି ବନ୍ଦ ଡାକରାକୁ ସମର୍ଥନ କରିଛନ୍ତି । ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଗାଡ଼ି ମୋଟର ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ […]

ଜୁଲାଇ ୧୭ ରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା
ଜୁଲାଇ ୧୭ ରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା

ଭୁବନେଶ୍ୱର : ବାଲେଶ୍ୱର ଏଫଏମ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପ୍ରତିବାଦରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଦଳ । ଆସନ୍ତା ୧୭ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ କରାଯିବ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳ ଏହି ବନ୍ଦ ଡାକରାକୁ ସମର୍ଥନ କରିଛନ୍ତି । ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଗାଡ଼ି ମୋଟର ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ କରିବାକୁ ଘୋଷଣା କରିଛି କଂଗ୍ରେସ। ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ସମସ୍ତଙ୍କୁ ଅପିଲ୍ କରିଛନ୍ତି ୭ଟି ରାଜନୈତିକ ଦଳ। ଏନେଇ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।

ସେପଟେ ପୈତୃକ ଗାଁ ଭୋଗରାଇ ପଳାସିଆରେ ଶୋକାକୁଳ ପରିବେଶରେ ମଧ୍ୟରେ ସୌମ୍ୟାଶ୍ରୀ ଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ସୌମ୍ୟାଶ୍ରୀଙ୍କୁ ଅଶ୍ରୁଳ ବିଦାୟ ଜଣାଇଛନ୍ତି ପରିବାର, ଆତ୍ମୀୟ ସ୍ବଜନ ଓ ସାଙ୍ଗସାଥୀ। ଶହ ଶହ ଲୋକ ତାଙ୍କର ଶେଷକୃତ୍ୟରେ ସାମିଲ ହୋଇଥିଲା। ଶୋଭାଯାତ୍ରାରେ ମରଶରୀରକୁ ଶ୍ମଶାନକୁ ନେବା ବାଟରେ ଶତାଧିକ ଲୋକ ଅପେକ୍ଷା କରି ରହିଥିଲେ। ସମସ୍ତଙ୍କ ଆଖିରୁ ଝରି ଆସୁଥିଲା ଲୁହ। ସାହି ପଡ଼ିଶା, ସାଙ୍ଗସାଥି ଓ ଗାଁ ଲୋକ ବି କାନ୍ଦୁଛନ୍ତି। ସୌମ୍ୟାଶ୍ରୀଙ୍କୁ ଝୁରୁଛନ୍ତି ସମସ୍ତେ।