ଜୁଲାଇ ୨୧ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା, ଓ୍ଵେବସାଇଟ୍ରେ ଆଡମିଟ୍ କାର୍ଡ ଜାରି
ଭୁବନେଶ୍ଵର: ଜୁଲାଇ ୨୧ରୁ ଆରମ୍ଭ ହେବ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା। ଆଜି ବୋର୍ଡ ୱେବସାଇଟ୍ରେ ଆଡ୍ମିଟ୍ କାର୍ଡ ଉପଲବ୍ଧ କରାଯାଇଛି। ମାଧ୍ୟମକି ଶିକ୍ଷା ପରିଷଦ ପକ୍ଷରୁ ପ୍ରେସ୍ ରିଲିଜ୍ ଜରିଆରେ ଏହାର ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍ମିଟ୍ କାର୍ଟ ଡାଉନ୍ଲୋଡ୍ କରିପାରିବେ। ଜୁଲାଇ ୨୧ରୁ ୩୧ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ସପ୍ଳିମେଣ୍ଟାରୀ ଓ ଏସଓଏସସି ପରୀକ୍ଷା ଅନୁଷ୍ଠିତ ହେବ। ଏଥର ୯୭୨ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ରାଜ୍ୟର ବିଭିନ୍ନ ସ୍ଥାନରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ସେହିଭଳି SOSC ପରୀକ୍ଷା ପାଇଁ ୧୨୧ଟି କେନ୍ଦ୍ର କରାଯାଇଛି। ଏହି କେନ୍ଦ୍ରଗୁଡ଼ିକରେ ମୋଟ ୨୪ ହଜାର ୫୨୦ ଜଣ ପରୀକ୍ଷା ଦେବେ। କୌଣସି ବି ସୂଚନା ପାଇଁ ୦୭୬୧-୨୪୧୫୩୦୫କୁ ଫୋନ୍ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ମୋଟ୍ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୩୦ ହଜାର ୧୫୩ ଜଣ ଉତ୍ତୀର୍ଣ୍ଣ ହୋଇଥିଲେ।
ଭୁବନେଶ୍ଵର: ଜୁଲାଇ ୨୧ରୁ ଆରମ୍ଭ ହେବ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା। ଆଜି ବୋର୍ଡ ୱେବସାଇଟ୍ରେ ଆଡ୍ମିଟ୍ କାର୍ଡ ଉପଲବ୍ଧ କରାଯାଇଛି। ମାଧ୍ୟମକି ଶିକ୍ଷା ପରିଷଦ ପକ୍ଷରୁ ପ୍ରେସ୍ ରିଲିଜ୍ ଜରିଆରେ ଏହାର ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍ମିଟ୍ କାର୍ଟ ଡାଉନ୍ଲୋଡ୍ କରିପାରିବେ।
ଜୁଲାଇ ୨୧ରୁ ୩୧ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ସପ୍ଳିମେଣ୍ଟାରୀ ଓ ଏସଓଏସସି ପରୀକ୍ଷା ଅନୁଷ୍ଠିତ ହେବ। ଏଥର ୯୭୨ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ରାଜ୍ୟର ବିଭିନ୍ନ ସ୍ଥାନରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ସେହିଭଳି SOSC ପରୀକ୍ଷା ପାଇଁ ୧୨୧ଟି କେନ୍ଦ୍ର କରାଯାଇଛି। ଏହି କେନ୍ଦ୍ରଗୁଡ଼ିକରେ ମୋଟ ୨୪ ହଜାର ୫୨୦ ଜଣ ପରୀକ୍ଷା ଦେବେ। କୌଣସି ବି ସୂଚନା ପାଇଁ ୦୭୬୧-୨୪୧୫୩୦୫କୁ ଫୋନ୍ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ମୋଟ୍ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୩୦ ହଜାର ୧୫୩ ଜଣ ଉତ୍ତୀର୍ଣ୍ଣ ହୋଇଥିଲେ।