ଜୁଲାଇ ୨୫ ତାରିଖ, ଗୁରୁବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

ମେଷ- ଦ୍ଵାଦଶ ଚନ୍ଦ୍ର ଯୋଗୁଁ ବ୍ୟୟ ଯୋଗ ରହିଛି । ପଥରୋଧ ହୋଇପାରେ । ଉଧାର ଦିଅନ୍ତୁ ନାହିଁ । ବନ୍ଧୁମାନଙ୍କ ସହ ମନୋମାଳିନ୍ୟ ଘଟିପାରେ । ବିବାଦୀୟ ପରିସ୍ଥିତି ଉପୁଜିପାରେ । ବୈବାହିକ ଜୀବନ ଜଞ୍ଜାଳମୟ ହେବ । ଛାତ୍ର ଛାତ୍ରୀମାନେ ଅବହେଳିତ ହେବେ ।ବୃଷ-କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କ ପ୍ରାଧାନ୍ୟ ବୃଦ୍ଧି ପାଇବ । ପୁରୁଣା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ସମୟ ଲାଗିବ । ଧନ ସମ୍ପତ୍ତିରେ ବୃଦ୍ଧି ଘଟିବ । ପ୍ରେମ ସମ୍ପର୍କ ସୁଦୃଢ ହେବ । ଛାତ୍ରଛାତ୍ରୀମାନେ ଅଧିକ ପଢିବାକୁ ଇଛୁକ ହେବେ । ବ୍ୟବସାୟରେ ଦେଖି ରଖି କାର୍ଯ୍ୟ କରନ୍ତୁ।ମିଥୁନ- ନିଜ କାର୍ଯ୍ୟ ଦକ୍ଷତାର ବୃଦ୍ଧି ଘଟିବ । କାର୍ଯ୍ୟ କ୍ଷେତ୍ରରେ ଆଶାନୁସାରେ ସଫଳତା ପ୍ରାପ୍ତ ହେବ । ବ୍ୟାଙ୍କରୁ ଋଣ ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ସମାଧାନ ହୋଇପାରିବ । ଅଟକି ରହିଥିବା ଟଙ୍କା ମଧ୍ୟ ଫେରି ଆସିପାରେ ।କର୍କଟ- ଅନ୍ୟ ପ୍ରତି ଉଦାର ମନୋଭାବ ସୃଷ୍ଟି ହେବ । ରାଜନୀତିରେ ସଫଳତା ପ୍ରାପ୍ତି ହେବ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ ହୋଇପାରେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ବ୍ୟବସାୟରେ ଅଟକିଥିବା କାର୍ଯ୍ୟ ଆଗକୁ ବଢ଼ିବ ।ସିଂହ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଆୟ ଠାରୁ ବ୍ୟୟ ଅଧିକ ହେବ । ଅଙ୍ଗରେ ଆଘାତ ଲାଗିପାରେ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ । ଅନାବଶ୍ୟକ ବିବାଦର ପରି

ଜୁଲାଇ ୨୫ ତାରିଖ, ଗୁରୁବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

ମେଷ- ଦ୍ଵାଦଶ ଚନ୍ଦ୍ର ଯୋଗୁଁ ବ୍ୟୟ ଯୋଗ ରହିଛି । ପଥରୋଧ ହୋଇପାରେ । ଉଧାର ଦିଅନ୍ତୁ ନାହିଁ । ବନ୍ଧୁମାନଙ୍କ ସହ ମନୋମାଳିନ୍ୟ ଘଟିପାରେ । ବିବାଦୀୟ ପରିସ୍ଥିତି ଉପୁଜିପାରେ । ବୈବାହିକ ଜୀବନ ଜଞ୍ଜାଳମୟ ହେବ । ଛାତ୍ର ଛାତ୍ରୀମାନେ ଅବହେଳିତ ହେବେ ।

ବୃଷ-କାର୍ଯ୍ୟ କ୍ଷେତ୍ରରେ ଆପଣଙ୍କ ପ୍ରାଧାନ୍ୟ ବୃଦ୍ଧି ପାଇବ । ପୁରୁଣା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ସମୟ ଲାଗିବ । ଧନ ସମ୍ପତ୍ତିରେ ବୃଦ୍ଧି ଘଟିବ । ପ୍ରେମ ସମ୍ପର୍କ ସୁଦୃଢ ହେବ । ଛାତ୍ରଛାତ୍ରୀମାନେ ଅଧିକ ପଢିବାକୁ ଇଛୁକ ହେବେ । ବ୍ୟବସାୟରେ ଦେଖି ରଖି କାର୍ଯ୍ୟ କରନ୍ତୁ।

ମିଥୁନ- ନିଜ କାର୍ଯ୍ୟ ଦକ୍ଷତାର ବୃଦ୍ଧି ଘଟିବ । କାର୍ଯ୍ୟ କ୍ଷେତ୍ରରେ ଆଶାନୁସାରେ ସଫଳତା ପ୍ରାପ୍ତ ହେବ । ବ୍ୟାଙ୍କରୁ ଋଣ ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ସମାଧାନ ହୋଇପାରିବ । ଅଟକି ରହିଥିବା ଟଙ୍କା ମଧ୍ୟ ଫେରି ଆସିପାରେ ।

କର୍କଟ- ଅନ୍ୟ ପ୍ରତି ଉଦାର ମନୋଭାବ ସୃଷ୍ଟି ହେବ । ରାଜନୀତିରେ ସଫଳତା ପ୍ରାପ୍ତି ହେବ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ ହୋଇପାରେ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ବ୍ୟବସାୟରେ ଅଟକିଥିବା କାର୍ଯ୍ୟ ଆଗକୁ ବଢ଼ିବ ।

ସିଂହ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଆୟ ଠାରୁ ବ୍ୟୟ ଅଧିକ ହେବ । ଅଙ୍ଗରେ ଆଘାତ ଲାଗିପାରେ । ମାନସିକ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରନ୍ତୁ । ବନ୍ଧୁ ମିଳନ ହୋଇପାରେ । ଅନାବଶ୍ୟକ ବିବାଦର ପରିସ୍ଥିତି ସୃଷ୍ଟି ହୋଇପାରେ ।

କନ୍ୟା- ବନ୍ଧୁ ମିଳନର ଯୋଗ ରହିଛି । ଇଚ୍ଛା କରିଥିବା କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହେବ । ନିଜ ପରାକ୍ରମ ବଳରେ ଶତ୍ରୁଙ୍କୁ ପରାସ୍ତ କରିବାର କ୍ଷମତା ରଖିବେ । ପରିବାରରେ ସୁଖ ଶାନ୍ତି ଲାଗି ରହିବ । ଛାତ୍ରଛାତ୍ରୀମାନେ ବିଶେଷ ଭାବେ ଉପକୃତ ହେବେ ।

ତୁଳା- ଦିନଟିରେ ଅଧିକ ଦାନ ଉପାର୍ଜନର ସମ୍ଭାବନା ରହିଛି । ଆଶା ଠାରୁ ଅଧିକ ଫଳ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ପରିଶ୍ରମର ଫଳ ପ୍ରାପ୍ତି କରିବେ । ଚାଷ ଭଲ ହେବ । କାର୍ଯ୍ୟ କ୍ଷେତ୍ରରେ ଆଶାନୁସାରେ ସଫଳତା ପ୍ରାପ୍ତ ହେବ ।

ବିଛା- ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଦେଖା ଦେବ । ମାନସିକ ଚିନ୍ତା ବୃଦ୍ଧି ପାଇବ। କ୍ଷମାରେ ହାନି ଘଟି ପାରେ । ଅସମ୍ମାନିତ ହୋଇପାରନ୍ତି ଆପଣଙ୍କ ସ୍ୱାସ୍ଥ୍ୟ ବିଷୟରେ ସତର୍କ ରୁହନ୍ତୁ । ଚାକିରିରେ କର୍ମକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ । କଠିନ ପରିଶ୍ରମ ଅଧିକ ହେବ । ଖର୍ଚ୍ଚ ବୃଦ୍ଧି ପାଇବ ।

ଧନୁ- ଧନୁ ରାଶିରେ ଘାତ ଚନ୍ଦ୍ର । ଶାରୀରିକ ସମସ୍ୟା ଦେଖା ଦେବ । ଅଙ୍ଗରେ ଆଘାତ ଲାଗିବ । ନିରାଶା ଏବଂ ଅସନ୍ତୋଷ ମନରେ ରହିବ । ବାର୍ତ୍ତାଳାପରେ ଶାନ୍ତ ରୁହନ୍ତୁ । ବ୍ୟବସାୟରେ ଅସୁବିଧା ହୋଇପାରେ ସତର୍କ ରୁହନ୍ତୁ । ବିଦ୍ୟାର୍ଥୀମାନେ ଅମନଯୋଗୀ ହେବେ ।

ମକର- ମନରେ ଉଚ୍ଚ ଆଶା ଭରି ରହିବ । ସମ୍ମାନ ପ୍ରାପ୍ତି ହୋଇପାରେ। ଭ୍ରମଣର ଯୋଗ ରହିଛି । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ । ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।

କୁମ୍ଭ- ଅଧୈର୍ଯ୍ୟ ହୋଇ କିଛି ଭୁଲ ନିଷ୍ପତି ନେବେ। ଅର୍ଥ ବ୍ୟୟ ହେବ । ବିପଦପୂର୍ଣ୍ଣ କାର୍ଯ୍ୟକଳାପରୁ ଦୂରରେ ରୁହନ୍ତୁ । ଭଲ ସୁଯୋଗର ଲାଭ ଉଠାଇବାକୁ ଚେଷ୍ଟା କରନ୍ତୁ । ପାରିବାରିକ ସୁଖ ଏବଂ ସନ୍ତୁଷ୍ଟ ହେବ । ବିଦ୍ୟାର୍ଥୀମାନେ ଆମାନଯୋଗୀ ହେବେ ।

ମୀନ- ମୀନ ରାଶିକୁ ଶ୍ରୀ ଚନ୍ଦ୍ର । ଇଚ୍ଛା କରିଥିବା ବସ୍ତୁ ବା ଦ୍ରବ୍ୟ ପ୍ରାପ୍ତ କରିବେ। ରାଜନୀତିରେ ପଦୋନ୍ନତିର ଯୋଗ ରହିଛି । ନୂଆ ଚାକିରି ହାତ ପାଖରେ ପହଞ୍ଚିବ। ଶିକ୍ଷା କ୍ଷେତ୍ରରେ ମାନସିକ ବିକାଶ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।