ଜ୍ଞାନ ଆହରଣ ପାଇଁ ବାହାର ରାଜ୍ୟକୁ ଯିବେ ଚାଷୀ
ଭୁବନେଶ୍ୱର, ୧୯।୨(ଅସମାପିକା ସାହୁ):ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା ୨୦୨୪ ରବିବାର ଉଦ୍ଯାପିତ ହୋଇଯାଇଛି। ଉତ୍ସବରେ ସଭାପତିତ୍ୱ କରି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ, ରାଜ୍ୟର ୯୨ ପ୍ରତିଶତ ଚାଷୀ କ୍ଷୁଦ୍ର ଓ ନାମମାତ୍ର ହୋଇଥିବାବେଳେ ସେମାନଙ୍କ ଆୟବୃଦ୍ଧି ନିମନ୍ତେ କୃଷି ସହିତ ମାଛଚାଷ ଓ ପ୍ରାଣିପାଳନ ଏକ ସର୍ବୋତ୍କୃଷ୍ଟ ମାଧ୍ୟମ। ଚାଷୀମାନଙ୍କୁ ଉନ୍ନତ ଜ୍ଞାନକୌଶଳର ବ୍ୟବହାର ସମ୍ପର୍କରେ ଅବଗତ କରାଇବା ଓ ଦକ୍ଷ କରାଇବା ପାଇଁ […] The post ଜ୍ଞାନ ଆହରଣ ପାଇଁ ବାହାର ରାଜ୍ୟକୁ ଯିବେ ଚାଷୀ appeared first on Dharitri Odia News.
ଭୁବନେଶ୍ୱର, ୧୯।୨(ଅସମାପିକା ସାହୁ):ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା ୨୦୨୪ ରବିବାର ଉଦ୍ଯାପିତ ହୋଇଯାଇଛି। ଉତ୍ସବରେ ସଭାପତିତ୍ୱ କରି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ, ରାଜ୍ୟର ୯୨ ପ୍ରତିଶତ ଚାଷୀ କ୍ଷୁଦ୍ର ଓ ନାମମାତ୍ର ହୋଇଥିବାବେଳେ ସେମାନଙ୍କ ଆୟବୃଦ୍ଧି ନିମନ୍ତେ କୃଷି ସହିତ ମାଛଚାଷ ଓ ପ୍ରାଣିପାଳନ ଏକ ସର୍ବୋତ୍କୃଷ୍ଟ ମାଧ୍ୟମ। ଚାଷୀମାନଙ୍କୁ ଉନ୍ନତ ଜ୍ଞାନକୌଶଳର ବ୍ୟବହାର ସମ୍ପର୍କରେ ଅବଗତ କରାଇବା ଓ ଦକ୍ଷ କରାଇବା ପାଇଁ ଅଧିକରୁ ଅଧିକ କୃଷକଙ୍କୁ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସାମିଲ କରାଯିବ। ଏଥିସହ ଜ୍ଞାନ ଆହରଣ ପାଇଁ ସେମାନଙ୍କୁ ବାହାର ରାଜ୍ୟକୁ ପରିଭ୍ରମଣରେ ପଠାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସମାବେଶରେ ପ୍ରଥମଥର ପାଇଁ ଆୟୋଜିତ ‘ଆସ୍କ ଦି ମିନିଷ୍ଟର’ କାର୍ଯ୍ୟକ୍ରମରେ ଚାଷୀମାନେ ମନ୍ତ୍ରୀଙ୍କୁ ସିଧାସଳଖ ପ୍ରଶ୍ନ ପଚାରିଥିଲେ। ମନ୍ତ୍ରୀ ସବୁ ପ୍ରଶ୍ନର ଉତ୍ତର ମଧ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ଜିଲାର ୧୦୦ରୁ ଊର୍ଦ୍ଧ୍ୱ ଚାଷୀ ଯୋଗଦେଇଥିଲେ।
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ସରକାରୀ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ କହିଲେ, ଗୋପାଳନ ଓ ପ୍ରାଣିପାଳନ ଆୟବୃଦ୍ଧି ଓ ରୋଜଗାର ସୃଷ୍ଟିର ଏକ ବଳିଷ୍ଠ ମାଧ୍ୟମ। ରାଜ୍ୟରେ ମାଛଚାଷ, ଗୋପାଳନ ଓ ପ୍ରାଣିପାଳନର ପର୍ଯ୍ୟାପ୍ତ ସୁଯୋଗ ରହିଥିବାବେଳେ ପ୍ରଥମଥର ପାଇଁ ରାଜ୍ୟସ୍ତରରେ ଆୟୋଜିତ ଏହି ସମାବେଶ ରାଜ୍ୟର ଆନୁଷଙ୍ଗିକ କ୍ଷେତ୍ରର ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବ ବୋଲି ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ କହିଲେ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗର ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ ଫଳରେ ରାଜ୍ୟର କୋଣ ଅନୁକୋଣରେ ମାଛଚାଷ ଓ ପ୍ରାଣିପାଳନ ପ୍ରତି ଲୋକଙ୍କ ଆଗ୍ରହ ବଢ଼ିଛି। ଏହାଦ୍ୱାରା ଗାଁଗହଳିର ଲୋକଙ୍କୁ ପୁଷ୍ଟିକର ଖାଦ୍ୟ ସହଜରେ ମିଳିପାରୁଛି। ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ଉଦ୍ୟାନକୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ଓମ୍ଫେଡ୍ର ପରିଚାଳନା ନିର୍ଦ୍ଦେଶକ ବିମଳେନ୍ଦୁ ରାୟ ପ୍ରମୁଖ ମତ୍ସ୍ୟ ଓ ପ୍ରାଣିସମ୍ପଦର ଅଭିବୃଦ୍ଧିର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ।
ଏହି ଅବସରରେ ରାଜ୍ୟର ଚାମ୍ପିୟନ୍ ଚାଷୀଙ୍କ ସମେତ କାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିସହିତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଅଧୀନରେ ମତ୍ସ୍ୟ ଓ ପ୍ରାଣିପାଳନ ଭିତ୍ତିକ ଉଦ୍ୟୋଗ ପ୍ରତିଷ୍ଠା କରିଥିବା ଉଦ୍ୟୋଗୀଙ୍କୁ ସବ୍ସିଡି ରାଶିର ଚେକ୍ ପ୍ରଦାନ କରାଯାଇଥିଲା। ପ୍ରଦର୍ଶନରେ ସର୍ବୋତ୍କୃଷ୍ଟ ଷ୍ଟଲ ନିମନ୍ତେ ସରକାରୀ ବିଭାଗରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ବେସରକାରୀ ବିଭାଗରେ ପଶୁପତି ଆଗ୍ରୋଭେଟ୍ ପ୍ରାଇଭେଟ୍ ଲିମିଟେଡ୍ ଓ ଷ୍ଟାର୍ଟଅପ୍ ବିଭାଗରେ ଗୌମୟ ଆଗ୍ରୋ ପ୍ରାଇଭେଟ୍ ଲିମିଟେଡ୍ ଓ ସ୍ବତନ୍ତ୍ର ପୁରସ୍କାର ବର୍ଗରେ ଥିଙ୍କ୍ର ଇନୋଭେଟିଭ୍ ସଲ୍ୟୁଶନ୍ ପ୍ରାଇଭେଟ୍ ଲିମିଟେଡ୍ ଓ ହରିୟାଣାର ଯୁବରାଜ ମୁରା ବଫାଲୋକୁ ପୁରସ୍କୃତ କରାଯାଇଥିଲା। ସମ୍ବଲପୁରର ମହିଳା ଚାଷୀ ଅନିତା ଓରାମ୍ ସ୍ବାଗତ ଭାଷଣ ଓ ପୁରୀର ମହିଳା ଚାଷୀ ତନ୍ମୟୀ ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ।
The post ଜ୍ଞାନ ଆହରଣ ପାଇଁ ବାହାର ରାଜ୍ୟକୁ ଯିବେ ଚାଷୀ appeared first on Dharitri Odia News.