ଜ୍ଞାନପ୍ରଦାୟିନୀ ମା’ ସରସ୍ବତୀ

ଆଜି ପବିତ୍ର ଶ୍ରୀପଞ୍ଚମୀ । ମା’ ସରସ୍ବତୀଙ୍କୁ ଆରାଧନାର ଦିନ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ବତୀ । ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ୱତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟଗୁଡ଼ିକରେ ପୂଜାର୍ଚ୍ଚନା କରାଯାଏ। । ମା’ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ । ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି […]

ଜ୍ଞାନପ୍ରଦାୟିନୀ ମା’ ସରସ୍ବତୀ
Today is holy Sripanchami

ଆଜି ପବିତ୍ର ଶ୍ରୀପଞ୍ଚମୀ । ମା’ ସରସ୍ବତୀଙ୍କୁ ଆରାଧନାର ଦିନ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା’ ସରସ୍ବତୀ । ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ୱତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟଗୁଡ଼ିକରେ ପୂଜାର୍ଚ୍ଚନା କରାଯାଏ। । ମା’ଙ୍କ ଆଗମନକୁ ନେଇ ସବୁଠି ଉତ୍ସାହ । ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ଅଭିହିତ କରାଯାଏ। ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ। ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ଆଦ୍ୟାଶକ୍ତିଙ୍କର ମା’ ସରସ୍ୱତୀ, ମା’ ଲକ୍ଷ୍ମୀ ଓ ମା’ କାଳୀ ତିନୋଟି ସ୍ୱରୂପ ।

ମାଘ ଶୁକ୍ଳ ପଞ୍ଚମୀରେ ଆଦ୍ୟାଶକ୍ତି ମହାସରସ୍ୱତୀ ସ୍ୱତନ୍ତ୍ର ରୂପରେ ପୂଜା ପାଇଥାନ୍ତି। ଶିକ୍ଷାନୁଷ୍ଠାନଗୁଡ଼ିକରେ ଏହି  ପବିତ୍ର ଦିନଟିକୁ ବେଶ୍ ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। ମା’ ସରସ୍ୱତୀଙ୍କ  ପୂଜାରେ କ୍ଷୀର, ଦହି, ଫୁଲ, ଚନ୍ଦନ, ଆଖୁ, ଧଳା ବସ୍ତ୍ର, ଧଳାମାଳି ଅଳଙ୍କାର,ଅଦା, ଅଁଳା, ଘିଅ, ନଡ଼ିଆ ଅର୍ପଣ କରାଯାଏ । ମା’ଙ୍କ ପୂଜା ଅର୍ଚ୍ଚନା ଓ ପୁଷ୍ପାଞ୍ଜଳି ସରିବା ପର୍ଯ୍ୟନ୍ତ ବିଦ୍ୟାର୍ଥୀମାନେ ଉପବାସ ରହିଥାନ୍ତି। ଏହି ଦିନ ମା’ ଶୁକ୍ଳ ବସ୍ତ୍ର ପରିଧାନ କରି ରତ୍ନ ବିଭୂଷିତ କୁଣ୍ଡଳ ଧାରଣ କରି, ହସ୍ତରେ ବୀଣା ଓ ପୁସ୍ତକ ଧରି ପଦ୍ମାସନରେ ଶ୍ୱେତ ପଦ୍ମ ଉପରେ ବିରାଜମାନ ହୋଇଥାନ୍ତି। ମା’ଙ୍କ ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ବିଦ୍ୟାର୍ଥୀ ପୁସ୍ତକ ଓ କଲମ ମା’ଙ୍କ ନିକଟରେ ରଖି ପୂଜା କରିଥାନ୍ତି।

ବସନ୍ତ ପଞ୍ଚମୀ ଦିନକୁ ଛୋଟ ପିଲାଙ୍କ ବିଦ୍ୟାରମ୍ଭ ପାଇଁ ଏକ ପବିତ୍ର ଦିନ ବୋଲି କୁହାଯାଏ। ଓଡ଼ିଶାର ଘରେଘରେ ପାରମ୍ପରିକ ଭାବେ ଏହି ନିଆରା ବିଧି ପାଳନ ହୁଏ। ଏହି ବିଦ୍ୟାରମ୍ଭ ଉତ୍ସବକୁ ଖଡ଼ି ଛୁଆଁ କୁହାଯାଏ। ସରସ୍ୱତୀ ହାତରେ ବୀଣା ଧରିଥିବାରୁ ତାଙ୍କର ଅନ୍ୟନାମ ବୀଣାପାଣି । ବିଦ୍ୟା ସରସ୍ବତୀଙ୍କର ସ୍ବରୂପ ଓ ଶକ୍ତି। ତାଙ୍କ କରୁଣା ବିନା ସାଧକ ଏକ୍ଷେତ୍ରରେ ସଫଳତା ପାଇ ନ ଥାନ୍ତି । ଖାଲି ସେତିକି ନୁହେଁ ସରସ୍ବତୀ କଣ୍ଠରେ ବିରାଜିଲେ ଜଣେ ଉତ୍ତମ ଗାୟକ ହୋଇପାରେ ବିଶ୍ବାସ ରହିଛି। ଏହି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ  ରଥଯାତ୍ରା ନିମନ୍ତେ ରଥ କାଠ ଅନୁକୂଳ କରାଯାଏ । ଶୀତ କମି ଯାଇଥିବାରୁ ପରମ୍ପରା ଅନୁଯାୟୀ ଏହିଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଘୋଡ଼ଲାଗି ଉଲାଗି ହୋଇ ଜାମା ପରିଧାନ କରିଥାନ୍ତି।