ଜୟପାଟଣା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ଭବାନୀପାଟଣା, ୨୩/୦୧ (ଜଗନ୍ନାଥ ନାଏକ) : ଜୟପାଟଣା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏଥିରେ ତହସିଲଦାର ରଘୁନାଥ ମୁଣ୍ଡାରୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୧୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୦୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୪ଟି ଗ୍ରାମ୍ୟ […] The post ଜୟପାଟଣା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ appeared first on Odisha.News.

ଭବାନୀପାଟଣା, ୨୩/୦୧ (ଜଗନ୍ନାଥ ନାଏକ) : ଜୟପାଟଣା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏଥିରେ ତହସିଲଦାର ରଘୁନାଥ ମୁଣ୍ଡାରୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୦୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧ ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା। ଜୟପାଟଣା ବ୍ଲକର ଖଲିଆଭଟା ଗ୍ରାମର ହୀରାବତି ସୁନାନୀ ଙ୍କୁ ୫୦୦୦ ଟଙ୍କା ସହାୟତା ମଞ୍ଜୁର କରାଯାଇଥିଲା।
The post ଜୟପାଟଣା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ appeared first on Odisha.News.