ଝଡ଼ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୧୮ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ସମେତ ଅଧିକାଂଶ ଜିଲାରେ ଝଡ଼ବର୍ଷା ପ୍ରଭାବ ଦେଖିବାକୁ ମିଳିଛି । ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଶନିବାର ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ […] The post ଝଡ଼ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ appeared first on Dharitri Odia News.
ଭୁବନେଶ୍ୱର,୧୮ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ସମେତ ଅଧିକାଂଶ ଜିଲାରେ ଝଡ଼ବର୍ଷା ପ୍ରଭାବ ଦେଖିବାକୁ ମିଳିଛି । ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଶନିବାର ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାରେ ବିଶେଷକରି ଅପରାହ୍ନ ଓ ସନ୍ଧ୍ୟାରେ ଝଡ଼ପବନର ଆଶଙ୍କା ରହିଛି। ସେହପିରି କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାର କିଛି ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଅପରାହ୍ନ ଓ ସନ୍ଧ୍ୟାରେ ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ଏହି ସବୁ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗରି ଜିଲାରେ ମଧ୍ୟ ଶନିବାର ବର୍ଷା ହୋଇପାରେ। ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ସହ ବିଜୁଳି ଘଡ଼ଘଡ଼ି ବିପଦ ରହିଥିବାରୁ ଏହି ସବୁ ଜିଲାଗୁଡ଼ିକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଶୁକବାର ଭୁବନେଶ୍ୱରରେ ସର୍ବାଧିକ ୨୬.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ପୁରୀରେ ୨୬ ମିମି, ଢ଼େଙ୍କାନାଳରେ ୨୩.୮, ବାଲେଶ୍ୱରରେ ୧୮.୦, ବାରିପଦାରେ ୧୧.୦୦, ପାରଳାଖେମୁଣ୍ଡିରେ ୬.୬, କଟକରେ ୩.୨ ଏବଂ ଖୋର୍ଦ୍ଧାରେ ୨.୦ ମିମି ବର୍ଷା ରେକର୍ଡ ହୋଇଛି। ତେବେ ଆସନ୍ତା ୪ରୁ ୫ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନପାରେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
The post ଝଡ଼ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ appeared first on Dharitri Odia News.