ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଭାଜପାର ମଙ୍ଗ ଧରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୨୯।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନ ପ୍ରଚାର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହଛି। ପୂର୍ବାହ୍ନ ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ରାଞ୍ଚି ଅଭିମୁଖେ ଯିବେ। ରାଞ୍ଚିରୁ ହେଲିକପ୍ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ। ଅପରାହ୍ନ ୧ଟାରେ ମୁଖ୍ୟମନ୍ତ୍ରୀ ଜମାଣି ମୈଦାନରେ ଭାଜପାର ପରିବର୍ତ୍ତନ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଅପରାହ୍ନ ୩ଟାରେ ମାଝଗାଓଁ […] The post ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଭାଜପାର ମଙ୍ଗ ଧରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ appeared first on Dharitri Odia News.
ଭୁବନେଶ୍ୱର,୨୯।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନ ପ୍ରଚାର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହଛି।
ପୂର୍ବାହ୍ନ ୧୦ଟାରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ରାଞ୍ଚି ଅଭିମୁଖେ ଯିବେ। ରାଞ୍ଚିରୁ ହେଲିକପ୍ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ।
ଅପରାହ୍ନ ୧ଟାରେ ମୁଖ୍ୟମନ୍ତ୍ରୀ ଜମାଣି ମୈଦାନରେ ଭାଜପାର ପରିବର୍ତ୍ତନ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଅପରାହ୍ନ ୩ଟାରେ ମାଝଗାଓଁ ସ୍କୁଲ ପଡ଼ିଆରେ ସଭାକୁ ସମ୍ବୋଧିତ କରିବେ। ଅପରାହ୍ନ ୫ଟାରେ ଚାଇବାସା ସର୍କିଟ ହାଉସରେ ପହଞ୍ଚି ରାତ୍ରୀ ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ପୁଣି ୧ ତାରିଖରେ ଚାଇବାସାରେ ଜନସଭାକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ପରେ ଅପରାହ୍ନ ୪ଟା ୧୦ରେ ରାଞ୍ଚିରୁ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମର ରହିଛି।
The post ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଭାଜପାର ମଙ୍ଗ ଧରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ appeared first on Dharitri Odia News.