ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ!

ରାଞ୍ଚି,୩ା୭: ହେମନ୍ତ ସୋରେନ ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ହେବେ। ହେମନ୍ତ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‌ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର କରାଯାଇଥିଲା। ବର୍ତ୍ତମାନ ମୁକ୍ତ ହେବା ପରେ ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଜାନୁଆରୀ ୩୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଦିଲ୍ଲୀସ୍ଥିତ ବାସଭବନରୁ ଗିରଫ କରିଥିଲା। ପାଞ୍ଚ ମାସ ଧରି ଜେଲରେ […] The post ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ! appeared first on Dharitri Odia News.

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ!

ରାଞ୍ଚି,୩ା୭: ହେମନ୍ତ ସୋରେନ ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ହେବେ। ହେମନ୍ତ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‌ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର କରାଯାଇଥିଲା। ବର୍ତ୍ତମାନ ମୁକ୍ତ ହେବା ପରେ ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଜାନୁଆରୀ ୩୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କୁ ଦିଲ୍ଲୀସ୍ଥିତ ବାସଭବନରୁ ଗିରଫ କରିଥିଲା। ପାଞ୍ଚ ମାସ ଧରି ଜେଲରେ ରହିବା ପରେ ହାଇକୋର୍ଟରୁ ତାଙ୍କୁ ବେଲ୍ ମିଳିଛି। ଜୁନ୍ ୨୮ରେ ହାଇକୋର୍ଟ ବେଲ୍ ଦେବା ପରେ ଜାମିନରେ ମୁକୁଳିଛନ୍ତି ସୋରେନ୍। ଜାମିନରେ ଆସିବା ପରେ ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ହେଉଛି। ଆଜି ଇଣ୍ଡିଆ ମେଣ୍ଟର ବିଧାୟକମାନଙ୍କୁ ନେଇ ରାଞ୍ଚିରେ ଜରୁରୀ ବୈଠକ ବସିଥିଲା, ଯେଉଁଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମଧ୍ୟ ଯୋଗଦେଇଥିଲେ। ଏହି ବୈଠକ ପରେ ସୋରେନ ଆଉ ଥରେ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି କୁହାଯାଉଛି।

The post ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ! appeared first on Dharitri Odia News.