ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର,୨୫।୧୦: ପୁଣି ଚର୍ଚ୍ଚାରେ ଝାରପଡ଼ା ଜେଲ। ଶୁକ୍ରବାର ପୂର୍ବାହ୍ନରେ ଜେଲ ଭିତରେ ମାରପିଟ୍‌ ହେବା ଘଟଣା ସାମ୍‌ନାକୁ ଆସିଛି। ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। କାହିଁକି ଜେଲ ୱାର୍ଡରଙ୍କୁ ଆକ୍ରମଣ କରାଗଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ମାରପିଟ୍‌ ପରେ ଜେଲରେ ଏମର୍ଜେନ୍ସି ସାଇରନ୍‌ ବାଜି ଉଠିଥିଲା। ଖବର ପାଇ ଲକ୍ଷ୍ମୀସାଗର ପୋଲିସ ଜେଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ଝାରପଡ଼ା ଜେଲରେ ଅଶାନ୍ତ […] The post ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ appeared first on Dharitri Odia News.

ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର,୨୫।୧୦: ପୁଣି ଚର୍ଚ୍ଚାରେ ଝାରପଡ଼ା ଜେଲ। ଶୁକ୍ରବାର ପୂର୍ବାହ୍ନରେ ଜେଲ ଭିତରେ ମାରପିଟ୍‌ ହେବା ଘଟଣା ସାମ୍‌ନାକୁ ଆସିଛି। ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। କାହିଁକି ଜେଲ ୱାର୍ଡରଙ୍କୁ ଆକ୍ରମଣ କରାଗଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।

ମାରପିଟ୍‌ ପରେ ଜେଲରେ ଏମର୍ଜେନ୍ସି ସାଇରନ୍‌ ବାଜି ଉଠିଥିଲା। ଖବର ପାଇ ଲକ୍ଷ୍ମୀସାଗର ପୋଲିସ ଜେଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ଝାରପଡ଼ା ଜେଲରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି।

The post ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ appeared first on Dharitri Odia News.