ଝାରସୁଗୁଡ଼ା: ଭ୍ୟାନକୁ ଧକ୍କା ଦେଲା ଟ୍ରକ, ୪ ମୃତ
ଝାରସୁଗୁଡ଼ା,୧୧।୨: ରବିବାର ଲଖନପୁର ବ୍ଲକ ବେହେରାଗୁଡ଼ା ରାସ୍ତାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଭ୍ୟାନକୁ ଟ୍ରକ ଧକ୍କା ଦେବା ଫଳରେ ୪ ଜଣ ମୃତ୍ୟୁ ବରଣ କରିଥିଲା ବେଳେ ୯ ଜଣ ଗୁରୁତର। ଯାତ୍ରୀଙ୍କୁ ଧରି ବେଲପାହାଡ଼ ଅଭିମୁଖେ ଯାଉଥିବା ବେଳେ ଜାତୀୟ ରାଜପଥ ୪୯ରେ ଏହି ଦୁର୍ଘଟଣା ଘଟିଛି। ଖବର ଅନୁଯାୟୀ ସକାଳ ପ୍ରାୟ ୧୦ ଟା ୩୦ ମିନିଟରେ ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକଅପ୍ ଭ୍ୟାନ ଗାଡ଼ିକୁ ବିପରୀତ ଦିଗରୁ […] The post ଝାରସୁଗୁଡ଼ା: ଭ୍ୟାନକୁ ଧକ୍କା ଦେଲା ଟ୍ରକ, ୪ ମୃତ appeared first on Dharitri Odia News.
ଝାରସୁଗୁଡ଼ା,୧୧।୨: ରବିବାର ଲଖନପୁର ବ୍ଲକ ବେହେରାଗୁଡ଼ା ରାସ୍ତାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଭ୍ୟାନକୁ ଟ୍ରକ ଧକ୍କା ଦେବା ଫଳରେ ୪ ଜଣ ମୃତ୍ୟୁ ବରଣ କରିଥିଲା ବେଳେ ୯ ଜଣ ଗୁରୁତର। ଯାତ୍ରୀଙ୍କୁ ଧରି ବେଲପାହାଡ଼ ଅଭିମୁଖେ ଯାଉଥିବା ବେଳେ ଜାତୀୟ ରାଜପଥ ୪୯ରେ ଏହି ଦୁର୍ଘଟଣା ଘଟିଛି।
ଖବର ଅନୁଯାୟୀ ସକାଳ ପ୍ରାୟ ୧୦ ଟା ୩୦ ମିନିଟରେ ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକଅପ୍ ଭ୍ୟାନ ଗାଡ଼ିକୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି।
ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଆହତଙ୍କୁ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି। ତେବେ ଦୁର୍ଘଟଣା ଘଟାଇ ଟ୍ରକ ଡ୍ରାଇଭର ଫେରାର ଥିବା ବେଳେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି। ମୃତକଙ୍କ ମଧ୍ଯରେ ୨ ଜଣ ପୁୁରୁଷ ଏବଂ ୨ ଜଣ ମହିଳା ଅଛନ୍ତି।
The post ଝାରସୁଗୁଡ଼ା: ଭ୍ୟାନକୁ ଧକ୍କା ଦେଲା ଟ୍ରକ, ୪ ମୃତ appeared first on Dharitri Odia News.