ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର, ଖରସ୍ରୋତା ଉପକୂଳବାସୀଙ୍କ ମନରେ ଛନକା
ଆଳି,୧୬ା୬: ଆଳି ଥାନା ଅନ୍ତର୍ଗତ କୋଳଡିହ ପଞ୍ଚାୟତର ଓଁଳାଡିହା ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗାଁର ଜଣେ ମହିଳାଙ୍କୁ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରରୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ ଘଟିଥିବା ସୂଚନା ମିଳିଛି। ଘରେ ପହଞ୍ଚି ଝିଅଟି ଘଟଣା ବିଷୟରେ ଜଣାଇବା ପରେ ଗାଁ ଲୋକେ ଏକାଠି ହୋଇ ପାନିଆଯୋର ଭିତରେ ଖୋଜାଖୋଜି ଆରମ୍ଭ କରିଛନ୍ତି। ସ୍ଥାନୀୟ ପୋଲିସ ଓ ବନ ବିଭାଗକୁ ମଧ୍ୟ […] The post ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର, ଖରସ୍ରୋତା ଉପକୂଳବାସୀଙ୍କ ମନରେ ଛନକା appeared first on Dharitri Odia News.
ଆଳି,୧୬ା୬: ଆଳି ଥାନା ଅନ୍ତର୍ଗତ କୋଳଡିହ ପଞ୍ଚାୟତର ଓଁଳାଡିହା ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗାଁର ଜଣେ ମହିଳାଙ୍କୁ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରରୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ଏହି ଘଟଣା ତାଙ୍କ ଝିଅଙ୍କ ଆଗରେ ଘଟିଥିବା ସୂଚନା ମିଳିଛି।
ଘରେ ପହଞ୍ଚି ଝିଅଟି ଘଟଣା ବିଷୟରେ ଜଣାଇବା ପରେ ଗାଁ ଲୋକେ ଏକାଠି ହୋଇ ପାନିଆଯୋର ଭିତରେ ଖୋଜାଖୋଜି ଆରମ୍ଭ କରିଛନ୍ତି। ସ୍ଥାନୀୟ ପୋଲିସ ଓ ବନ ବିଭାଗକୁ ମଧ୍ୟ ଖବର ଦିଆଯାଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ଗାଁରେ ଆତଙ୍କ ଖେଳିଯାଇଛି ଏବଂ ଲୋକେ ନଦୀ କୂଳରେ ଯିବାକୁ ଭୟ କରୁଛନ୍ତି।
ବର୍ତ୍ତମାନ ସୁଦ୍ଧା ମହିଳାଙ୍କ ସନ୍ଧାନ ମିଳିନଥିବା ବେଳେ ଖୋଜାଖୋଜି ଜାରି ରହିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
The post ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର, ଖରସ୍ରୋତା ଉପକୂଳବାସୀଙ୍କ ମନରେ ଛନକା appeared first on Dharitri Odia News.