ଝିଅକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ

ବାରିପଦା,୯।୧୧: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ମାଠିଆଭଙ୍ଗା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର କରି ଝିଅକୁ ଶାଶୁଘର ଲୋକେ ହତ୍ୟା କରି ଫ୍ୟାନରେ ଟାଙ୍ଗି ଦେଇଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ, ଝିଅ ଆରତୀ ସେଠୀ ଫ୍ୟାନରେ ଓହଳି ପଡିଥିବା ବାପଘର ଲୋକଙ୍କୁ ଖବର ମିଳିଥିଲା। ଖବର ପାଇ ବାପଘର ଲୋକେ ଘଟଣାସ୍ଥଳରେ […] The post ଝିଅକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ appeared first on Dharitri Odia News.

ଝିଅକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ

ବାରିପଦା,୯।୧୧: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ମାଠିଆଭଙ୍ଗା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର କରି ଝିଅକୁ ଶାଶୁଘର ଲୋକେ ହତ୍ୟା କରି ଫ୍ୟାନରେ ଟାଙ୍ଗି ଦେଇଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଝିଅ ଆରତୀ ସେଠୀ ଫ୍ୟାନରେ ଓହଳି ପଡିଥିବା ବାପଘର ଲୋକଙ୍କୁ ଖବର ମିଳିଥିଲା। ଖବର ପାଇ ବାପଘର ଲୋକେ ଘଟଣାସ୍ଥଳରେ ପହଞ୍ଚି ଝିଅଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଛି। ଅନ୍ୟପକ୍ଷେ ବାପଘର ପକ୍ଷରୁ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଝିଅକୁ ଶାଶୁ, ସ୍ବାମୀ ଏବଂ ନଣନ୍ଦ ମିଶି ହତ୍ୟା କରି ଫ୍ୟାନରେ ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି ।

The post ଝିଅକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ appeared first on Dharitri Odia News.