ଝିପ୍‌ଝିପ୍‌ ବର୍ଷାକୁ କୋହଲା ପାଗ ବଢାଉଛି ଶୀତ, ୨୬ ଯାଏ ଲାଗିରହିବ ବର୍ଷା ଓ ଘନ କୁହୁଡି

ଭୁବନେଶ୍ବର : ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ହୋଇଛି। ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। କୋହଲା ପାଗକୁ ଝିପ୍‌ଝିପ୍‌ ବର୍ଷା ଶୀତକୁ ବଢାଇଦେଇଛି। ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଜାରି ରହିଛି। ଦିନ ଓ ରାତି […]

ଝିପ୍‌ଝିପ୍‌ ବର୍ଷାକୁ କୋହଲା ପାଗ ବଢାଉଛି ଶୀତ, ୨୬ ଯାଏ ଲାଗିରହିବ ବର୍ଷା ଓ ଘନ କୁହୁଡି
Dense Fog & Rain To Continue In several parts of Odisha

ଭୁବନେଶ୍ବର : ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ହୋଇଛି। ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। କୋହଲା ପାଗକୁ ଝିପ୍‌ଝିପ୍‌ ବର୍ଷା ଶୀତକୁ ବଢାଇଦେଇଛି। ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଜାରି ରହିଛି। ଦିନ ଓ ରାତି ତାପମାତ୍ରାରେ ସେତେଟା ଫରକ ଦେଖିବାକୁ ମିଳିନି। ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ, ୨୬ ତାରିଖ ପରେ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି।

ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ଘନ କୁହୁଡ଼ିର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆଜି ସକାଳେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଦେବଗଡ, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, କଳାହାଣ୍ଡି ଏବଂ ବଲାଙ୍ଗୀର ଜିଲାର କେତେକ ଅଞ୍ଚଳରେ ଘନ କୁହୁଡି ଦେଖାଦେଇଛି। ଏସବୁ ଜିଲ୍ଲା ଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।