ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ରେଙ୍ଗାଲିକ୍ୟାମ୍ପ : ଆଜି ଓଡ଼ିଶା ମାଟିର ଦୁଇ ବୀରପୁତ୍ର ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ପବିତ୍ର ଜନ୍ମଜୟନ୍ତୀ ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସମାଜସେବୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ତରିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ବଳନ କରି ସମସ୍ତଙ୍କ ଶୁଭ ମନାସି ଶିଶୁମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ଓ […]

ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ରେଙ୍ଗାଲିକ୍ୟାମ୍ପ : ଆଜି ଓଡ଼ିଶା ମାଟିର ଦୁଇ ବୀରପୁତ୍ର ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ପବିତ୍ର ଜନ୍ମଜୟନ୍ତୀ ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସମାଜସେବୀ ଶ୍ରୀଯୁକ୍ତ ପୂର୍ଣ୍ଣଚନ୍ଦ୍ର ତରିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ବଳନ କରି ସମସ୍ତଙ୍କ ଶୁଭ ମନାସି ଶିଶୁମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ଓ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ। ଗୁରୁମା ସୁଶ୍ରୀ ଜୟନ୍ତୀ ରଣା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ବିଷୟରେ ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ଗୁରୁମା ଗୁରୁଜୀଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ହୋଇଥିଲା।