ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର ପ୍ରଭାବରେ ଉତ୍ତର-ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଶନିବାର ସୁଦ୍ଧା ଏହି ଗଭୀର ଅବପାତ, ଅବପାତରେ ରୂପ ନେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ତେବେ […] The post ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ appeared first on Dharitri Odia News.

ଟଳିନି ବିପଦ:  ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର ପ୍ରଭାବରେ ଉତ୍ତର-ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଶନିବାର ସୁଦ୍ଧା ଏହି ଗଭୀର ଅବପାତ, ଅବପାତରେ ରୂପ ନେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ତେବେ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହପରି ପ୍ରବଳ ବର୍ଷା ନେଇ ଯାଜପୁର, କେନ୍ଦ୍ରପଡ଼ା, ଢ଼େଙ୍କାନାଳ ଓ କଟକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଅନୁଗୁଳ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ସେହିପରି ୨୭ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ତେବେ ବାଲେଶ୍ୱର ଓ ମୟୁରଭଞ୍ଜକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

The post ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ appeared first on Dharitri Odia News.