ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ପରଲୋକ

ନୂଆଦିଲ୍ଲୀ,୧।୮: କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ। ୭୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଅନେକ ଦିନ ଧରି ସେ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ । ଲଣ୍ଡନର କିଙ୍ଗସ କଲେଜ ହସ୍ପିଟାଲରେ ଚିକିତ୍ସା ପରେ ଗତ ମାସରେ ସେ ଭାରତ ଫେରିଥିଲେ। ଏମିତିକି ତାଙ୍କ ଚିକିତ୍ସା ପାଇଁ ବିସିସିଆଇ ପକ୍ଷରୁ ମଧ୍ୟ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ୧୯୮୩ ଦିନିକିଆ ବିଶ୍ୱକପ୍ ବିଜୟୀ ଭାରତୀୟ ଦଳର ସଦସ୍ୟ ହେଉଛନ୍ତି […] The post ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ପରଲୋକ appeared first on Dharitri Odia News.

ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ପରଲୋକ

ନୂଆଦିଲ୍ଲୀ,୧।୮: କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ। ୭୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଅନେକ ଦିନ ଧରି ସେ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ ।

ଲଣ୍ଡନର କିଙ୍ଗସ କଲେଜ ହସ୍ପିଟାଲରେ ଚିକିତ୍ସା ପରେ ଗତ ମାସରେ ସେ ଭାରତ ଫେରିଥିଲେ। ଏମିତିକି ତାଙ୍କ ଚିକିତ୍ସା ପାଇଁ ବିସିସିଆଇ ପକ୍ଷରୁ ମଧ୍ୟ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ୧୯୮୩ ଦିନିକିଆ ବିଶ୍ୱକପ୍ ବିଜୟୀ ଭାରତୀୟ ଦଳର ସଦସ୍ୟ ହେଉଛନ୍ତି ଗାଏକ୍ୱାଡ। ୧୯୭୫ ମସିହାଠାରୁ ୧୯୮୭ ମସିହା ପର୍ଯ୍ୟନ୍ତ ସେ ୪୦ ଟେଷ୍ଟ, ୧୫ ଦିନିକିଆ ମ୍ୟାଚ ଖେଳିଛନ୍ତି। ୧୯୯୭ ମସିହାରେ ତାଙ୍କୁ ଭାରତୀୟ ଦଳର ପ୍ରଶିକ୍ଷକ ଭାବେ ନିଯୁକ୍ତ କରାଯାଇଥିଲା ।ତାଙ୍କ ସମୟରେ ପୂର୍ବତନ କ୍ରିକେଟର ଅନୀଲ କୁମ୍ବଲେ ପାକିସ୍ତାନ ବିପକ୍ଷରେ ଗୋଟିଏ ପାଳିରେ ସମସ୍ତ ୱିକେଟ ଅକ୍ତିଆର କରି ଚର୍ଚ୍ଚାକୁ ଆସିଥିଲେ । ଗାଏକ୍ୱାଡଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିସିସିଆଇ ସମ୍ପାଦକ ଜୟ ଶାହା ଶୋକ ପ୍ରକାଶ କରିଛନ୍ତି।

The post ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ପରଲୋକ appeared first on Dharitri Odia News.