ଟ୍ରକ ପଛକୁ ପିଟିଲା ଯାତ୍ରୀବାହୀ ବସ୍‌; ୩୦ରୁ ଉଦ୍ଧର୍‌ବ ଯାତ୍ରୀ…

ଖଲ୍ଲିକୋଟ,୧୩।୪(ପ୍ରଶାନ୍ତ କୁମାର ମିଶ୍ର): ସକାଳୁ ସକାଳୁ ବଡ଼ ଦୁର୍ଘଟଣା। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥର ଲଙ୍ଗଳେଶ୍ବର ରିଲିଆନ୍ସ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଟ୍ରକ ପଛକୁ ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଶକ୍ତ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ୨୫ ରୁ ଉଦ୍ଧର୍‌ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତର ଆହତମାନଙ୍କୁ ଖଲ୍ଲିକୋଟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ ଶନିବାର ବିଳମ୍ବିତ ରାତି ସମୟରେ ଭୁବନେଶ୍ୱରରୁ ଆସ୍କା […] The post ଟ୍ରକ ପଛକୁ ପିଟିଲା ଯାତ୍ରୀବାହୀ ବସ୍‌; ୩୦ରୁ ଉଦ୍ଧର୍‌ବ ଯାତ୍ରୀ… appeared first on Dharitri Odia News.

ଟ୍ରକ ପଛକୁ ପିଟିଲା ଯାତ୍ରୀବାହୀ ବସ୍‌; ୩୦ରୁ ଉଦ୍ଧର୍‌ବ ଯାତ୍ରୀ…

ଖଲ୍ଲିକୋଟ,୧୩।୪(ପ୍ରଶାନ୍ତ କୁମାର ମିଶ୍ର): ସକାଳୁ ସକାଳୁ ବଡ଼ ଦୁର୍ଘଟଣା। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥର ଲଙ୍ଗଳେଶ୍ବର ରିଲିଆନ୍ସ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଟ୍ରକ ପଛକୁ ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଶକ୍ତ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ୨୫ ରୁ ଉଦ୍ଧର୍‌ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତର ଆହତମାନଙ୍କୁ ଖଲ୍ଲିକୋଟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ ଶନିବାର ବିଳମ୍ବିତ ରାତି ସମୟରେ ଭୁବନେଶ୍ୱରରୁ ଆସ୍କା ଅଭିମୁଖେ ୩୦ରୁ ଉଦ୍ଧର୍‌ବ ଯାତ୍ରୀଙ୍କୁ ନେଇ ଆସୁଥିବା ବାଲୁଙ୍କେଶ୍ୱର ନାମକ ଘରୋଇ ବସ ନମ୍ବର OD 02 CH 0599 ହଠାତ ଲଙ୍ଗଳେଶ୍ବର ରିଲିଆନ୍ସ ପେଟ୍ରୋଲ ପମ୍ପ ସମ୍ମୁଖରେ ରାସ୍ତା କଡ଼ରେ ଥିବା ଏକ ଟ୍ରକ ପଛକୁ ଶକ୍ତ ଧକ୍କା ଦେଇଥିଲା । ଯାହା ଫଳରେ ବସ୍‌ଟିର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବା ବେଳେ ବସ ଭିତରେ ଥିବା ୩୦ ରୁ ଉଦ୍ଧର୍‌ବ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ଖବର ପାଇ ଖଲ୍ଲିକୋଟ ଥାନା ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ସମସ୍ତ ଗୁରୁତର ଆହତ ମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ,ଏବଂ ଫାଏର ଗାଡି ଯୋଗେ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ଖବର ପାଇ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ମେଡ଼ିକାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ସେପଟେ ବସଟିକୁ ପୋଲିସ ଜବତ କରିଥିବା ବେଳେ ସମସ୍ତ ଗୁରୁତର ଆହତ ମାନଙ୍କୁ ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଥାନା ଅଧିକାରୀ ଏକ ବସ ଭଡା କରି ଆହତ ଯାତ୍ରୀ ମାନଙ୍କୁ ନିଜ ନିଜ ଗନ୍ତବ୍ୟ ସ୍ଥଳକୁ ପଠାଇଛନ୍ତି । ତେବେ ଦୁର୍ଘଟଣା ଘଟାଇଥିବା ବସ ଡ୍ରାଇଭର, କଣ୍ଡକ୍ଟର ଓ ହେଲ୍ପର ଦୁର୍ଘଟଣା ସ୍ଥଳରୁ ଫେରାର ଥିବା ଜଣା ପଡିଛି । ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିଛିି।

The post ଟ୍ରକ ପଛକୁ ପିଟିଲା ଯାତ୍ରୀବାହୀ ବସ୍‌; ୩୦ରୁ ଉଦ୍ଧର୍‌ବ ଯାତ୍ରୀ… appeared first on Dharitri Odia News.