ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସୋରଳ ଗ୍ରାମର ବାପା ଦେବ ସେଠୀ ଏବଂ ପୁଅ ସୁନୀଲ ସେଠୀ। ମିଳିଥିବା ସୂଚନା ମୁତାବକ, ଗୋଳନ୍ଥରା ଥାନା ଅଧୀନ ସୋରଳ ଅଞ୍ଚଳ ବାପା ଦେବ, ପୁଅ ସୁନୀଲ ଏବଂ ମା’ ଏକ ବାଇକ୍‌ରେ ବ୍ରହ୍ମପୁରରୁ […] The post ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର appeared first on Dharitri Odia News.

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସୋରଳ ଗ୍ରାମର ବାପା ଦେବ ସେଠୀ ଏବଂ ପୁଅ ସୁନୀଲ ସେଠୀ।

ମିଳିଥିବା ସୂଚନା ମୁତାବକ, ଗୋଳନ୍ଥରା ଥାନା ଅଧୀନ ସୋରଳ ଅଞ୍ଚଳ ବାପା ଦେବ, ପୁଅ ସୁନୀଲ ଏବଂ ମା’ ଏକ ବାଇକ୍‌ରେ ବ୍ରହ୍ମପୁରରୁ କାମ ସାରି ଗାଁକୁ ଫେରୁଥିଲେ। ହେଲେ ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ଗାଁ ନିକଟ ଏକ ପେଟ୍ରୋଲ ପମ୍ପ ନିକଟରେ ଟ୍ରକ୍‌-ବାଇକ୍‌ ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ୩ଜଣ ରାସ୍ତା କଡ଼ରେ ଛିଟିକି ପଡି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ l ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଟ୍ରକ ଏବଂ ବାଇକ୍‌କୁ ଜବତ କରିଥିବା ନେଇ ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ କହିଛନ୍ତି।

The post ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର appeared first on Dharitri Odia News.