ଟ୍ରକକୁ ପଛରୁ ପିଟିଲା ସ୍କର୍ପିଓ: ଜଣେ ମୃତ, ୪ ଗୁରୁତର
ଭଦ୍ରକ ୦୨।୦୪ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ପଛରୁ ଧକ୍କା ସ୍କର୍ପିଓ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା ଏକ ସ୍କର୍ପିଓ । ହେଲେ ଭଦ୍ରକର ୧୬ ନମ୍ବର ଜାତୀୟ ରାଜପଥ ନଳାଙ୍ଗ ନିକଟରେ ଘଟିଲା ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଟ୍ରକକୁ ପଛ ପଟୁ ପଟିଲା ସ୍କର୍ପିଓ । ଯାହାଫଳରେ ଏହି ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଦୁର୍ଘଟଣାରେ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପେଟ ଦୁର୍ଘଟଣା ପରେ କିଛି ସମୟ ପାଇଁ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟଲୋଙ୍କ ଭିଡ ମଧ୍ୟ ଦେଖିବାକୁ ମିଳିଛି । ହେଲେ ଏବେ ଯାଏଁ ମୃତାହତଙ୍କ ପରିଚୟ ମିଳିନାହିଁ ।
ଭଦ୍ରକ ୦୨।୦୪ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକ ପଛରୁ ଧକ୍କା ସ୍କର୍ପିଓ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା ଏକ ସ୍କର୍ପିଓ । ହେଲେ ଭଦ୍ରକର ୧୬ ନମ୍ବର ଜାତୀୟ ରାଜପଥ ନଳାଙ୍ଗ ନିକଟରେ ଘଟିଲା ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଟ୍ରକକୁ ପଛ ପଟୁ ପଟିଲା ସ୍କର୍ପିଓ । ଯାହାଫଳରେ ଏହି ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଦୁର୍ଘଟଣାରେ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସେପେଟ ଦୁର୍ଘଟଣା ପରେ କିଛି ସମୟ ପାଇଁ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟଲୋଙ୍କ ଭିଡ ମଧ୍ୟ ଦେଖିବାକୁ ମିଳିଛି । ହେଲେ ଏବେ ଯାଏଁ ମୃତାହତଙ୍କ ପରିଚୟ ମିଳିନାହିଁ ।