ଟ୍ରକ୍‌ ପଛରେ ପିଟିହେଲା ବସ୍‌, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବାଲେଶ୍ୱର,୧୯ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଦାସ ଆଣ୍ଡ ଦାସ ନାମକ ଏହି ଘରୋଇ ବସ୍‌ଟି ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ଜୁଣବଳଦା ନିକଟରେ ଛିଡ଼ା ହୋଇଥିବା […] The post ଟ୍ରକ୍‌ ପଛରେ ପିଟିହେଲା ବସ୍‌, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ appeared first on Dharitri Odia News.

ଟ୍ରକ୍‌ ପଛରେ ପିଟିହେଲା ବସ୍‌, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବାଲେଶ୍ୱର,୧୯ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ଛକ ନିକଟରେ ଏକ ଟ୍ରକ୍‌ ପଛପଟରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଦାସ ଆଣ୍ଡ ଦାସ ନାମକ ଏହି ଘରୋଇ ବସ୍‌ଟି ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା। ଜୁଣବଳଦା ନିକଟରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରକ୍‌କୁ ପଛପଟୁ ବସ୍‌ଟି ଧକ୍କା ଦେଇଥିଲା। ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବାବେଳେ ଘଟଣାସ୍ଥଳରେ ବସ୍ତା ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

The post ଟ୍ରକ୍‌ ପଛରେ ପିଟିହେଲା ବସ୍‌, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ appeared first on Dharitri Odia News.