ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ:ଆମେରିକାରେ ଆରମ୍ଭ ହୋଇଛି ଟ୍ରମ୍ପ ଯୁଗ। ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି,”ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଅଭିନନ୍ଦନ। ସୂଚନାଯୋଗ୍ୟ,ଭାରତ ପକ୍ଷରୁ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କର ଯୋଗ ଦେଇଛନ୍ତି। ଟ୍ରମ୍ପ ଶାସନ ସମୟରେ ଭାରତ ଓ ଆମେରିକା ସମ୍ପର୍କ ଆହୁରି […]

ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ:ଆମେରିକାରେ ଆରମ୍ଭ ହୋଇଛି ଟ୍ରମ୍ପ ଯୁଗ। ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି,”ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଅଭିନନ୍ଦନ।
ସୂଚନାଯୋଗ୍ୟ,ଭାରତ ପକ୍ଷରୁ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କର ଯୋଗ ଦେଇଛନ୍ତି। ଟ୍ରମ୍ପ ଶାସନ ସମୟରେ ଭାରତ ଓ ଆମେରିକା ସମ୍ପର୍କ ଆହୁରି ସୁଦୃଢ ହେବ ବୋଲି କୁହାଯାଉଛି।