ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ ଦାସ ନାମକ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଓଡ଼ିଶାର ୨୬ଟି ଟ୍ରାଫିକ କନ୍‌ଷ୍ଟେବଲ ପୋଷ୍ଟ ପାଇଁ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଇଛନ୍ତି। ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ପକ୍ଷରୁ ଏହି ପରୀକ୍ଷା ମୟୂରଭଞ୍ଜ […] The post ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ appeared first on Dharitri Odia News.

ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ବାରିପଦା,୧୮।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ ଦାସ ନାମକ ପରୀକ୍ଷାର୍ଥୀ ଅଭିଯୋଗ କରିଛନ୍ତି। ଓଡ଼ିଶାର ୨୬ଟି ଟ୍ରାଫିକ କନ୍‌ଷ୍ଟେବଲ ପୋଷ୍ଟ ପାଇଁ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଇଛନ୍ତି। ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ପକ୍ଷରୁ ଏହି ପରୀକ୍ଷା ମୟୂରଭଞ୍ଜ ଜିଲାର ସଦର ମହକୁମା ବାରିପଦା ସହରର ଅନେକ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ହୋଇଛି। ବାରିପଦା ସହରରେ ଥିବା ମହାରାଣୀ ପ୍ରେମକୁମାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ ଆସିଛି। ସକାଳ ୯ଟାରୁ ୯ଟା ୪୫ ରିପୋର୍ଟିଂ ସମୟ ରହିଥିବା ବେଳେ ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା। ପ୍ରଶ୍ନପତ୍ର ଦିଆଯିବା ସମୟରେ ପରୀକ୍ଷାର୍ଥୀ ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ କରକଚିଆ ଗ୍ରାମର ହୃଷୀକେଶ ପ୍ରଶ୍ନପତ୍ରର ସିଲ୍‌ ପୂର୍ବରୁ କଟାଯାଇଥିବା ନେଇ ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଜଣାଇଥିଲେ। ପର ମୁହୂର୍ତ୍ତରେ ଏହି ପରୀକ୍ଷା କେନ୍ଦ୍ର ଦାୟିତ୍ୱରେ ଥିବା ଡେପୁଟି କଲେକ୍ଟର(ଏଷ୍ଟାବ୍ଲିସମେଣ୍ଟ ସେକ୍ସନ) ବସୁନ୍ଧରା ଭିତିରିଆଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ପ୍ରଶ୍ନପତ୍ରଟି ପ୍ୟାକେଟ ଭିତରୁ ହିଁ ଏଭଳି ବାହାରିଥିବା ସେ କହିଥିଲେ। ଏନେଇ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଇବେ ବୋଲି ସେ କହିଛନ୍ତି। ପରୀକ୍ଷାର୍ଥୀମାନେ ଏହି ଘଟଣାକୁ ନିନ୍ଦା କରିବା ସହ ବାତିଲ କରି ପୁଣି ସ୍ବଚ୍ଛତାର ସହ ପରୀକ୍ଷା କରାଇବା ପାଇଁ ଦାବି କରିଛନ୍ତି।

The post ଟ୍ରାଫିକ କନ୍‌ଷ୍ଟେବଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ appeared first on Dharitri Odia News.