ଟ୍ରେନ୍‌ ଉପରକୁ ଚଢ଼ିଗଲେ ବୃଦ୍ଧ, ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ନୂଆପଡ଼ା ଜିଲା ରାଜଖରିଆର ଥାନା ଅନ୍ତର୍ଗତ ବଡ଼ମୂଳା ଗ୍ରାମର ନରସିଂହ କାଣ୍ଡ (୬୪)। ମୃତକ ଜଣେ ମାନସିକ ରୋଗୀ ବୋଲି ଅନୁମାନ କରାଯାଉଛି। ଏ ନେଇ ଆର୍‌ପିଏଫ୍‌ ତରଫରୁ ତଦନ୍ତ ଜାରି ରହିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, […] The post ଟ୍ରେନ୍‌ ଉପରକୁ ଚଢ଼ିଗଲେ ବୃଦ୍ଧ, ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ appeared first on Dharitri Odia News.

ଟ୍ରେନ୍‌ ଉପରକୁ ଚଢ଼ିଗଲେ ବୃଦ୍ଧ, ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି।

ମୃତକ ହେଲେ ନୂଆପଡ଼ା ଜିଲା ରାଜଖରିଆର ଥାନା ଅନ୍ତର୍ଗତ ବଡ଼ମୂଳା ଗ୍ରାମର ନରସିଂହ କାଣ୍ଡ (୬୪)। ମୃତକ ଜଣେ ମାନସିକ ରୋଗୀ ବୋଲି ଅନୁମାନ କରାଯାଉଛି। ଏ ନେଇ ଆର୍‌ପିଏଫ୍‌ ତରଫରୁ ତଦନ୍ତ ଜାରି ରହିଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ନରସିଂହ ମଙ୍ଗଳବାର ସକାଳେ ସିକନ୍ଦରାବାଦରୁ ଟ୍ରେନ୍‌ ଯୋଗେ ଆସି ରାୟଗଡ଼ାରେ ପହଞ୍ଚିଥିଲେ। ପରେ ଷ୍ଟେଶନ ପରିସରରେ ଉତ୍‌ପାତ ମଚାଇଥିଲେ। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଚାନକ ଷ୍ଟେଶନରେ ଛିଡା ହୋଇଥିବା ମାଲବାହୀ ଟ୍ରେନ ଉପରକୁ ଚଢ଼ିଯାଇ ବିଦ୍ୟୁତ ତାରକୁ ଦୁଇ ହାତରେ ଧରି ପକାଇଥିଲେ। ଫଳରେ ତତ୍‌କ୍ଷଣାତ ସେଠାରେ ସେ ଜଳି ଟଳି ପଡ଼ିଥିଲେ।

ଏହାପରେ ରେଳ କର୍ମଚାରୀ ଓ ରେଲଓ୍ବେ ପୋଲିସ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି। ରେଲଓ୍ବେ ପୋଲିସ ପକ୍ଷରୁ ନରସିଂହଙ୍କ ପୁଅ ରାମକାଣ୍ଡଙ୍କୁ ବାପାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦିଆଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗକୁ ହସ୍ତାନ୍ତର କରାଯିବ ବୋଲି ଏଏସ୍‌ଆଇ ମାଣିକ ଗୌଡ଼ ସୂଚନା ଦେଇଛନ୍ତି।

The post ଟ୍ରେନ୍‌ ଉପରକୁ ଚଢ଼ିଗଲେ ବୃଦ୍ଧ, ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ appeared first on Dharitri Odia News.