ଟ୍ରେନ୍ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି, ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡିରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ସେପଟେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରାଯାଇଛି।Enhanced ex-gratia compensation will be provided to the victims;₹10 Lakh in case of death,₹2.5 Lakh towards grievous and ₹50,000 for minor injuries.— Ashwini Vaishnaw (@AshwiniVaishnaw) June 17, 2024କଞ୍ଚନଜଙ୍ଗାକୁ ଏକ୍ସପ୍ରେସ୍କୁ ଧକ୍କା ଦେଇଥିଲା ମାଲବାହୀ ଟ୍ରେନ୍ । ଧକ୍କା ଦେବା ଫଳରେ କଞ୍ଚନଜଙ୍ଗା ଏକ୍ସପ୍ରେସର ଅନେକ ବଗି ଲାଇନଚ୍ୟୁତ ହୋଇଛି । ରେଳ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏକ୍ସରେ ସେ ଲେଖିଛନ୍ତି ଯେ ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣା ଦୁଃଖଦାୟକ। ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ସେପଟେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୋଦି। ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ସେହିପରି ଆହତଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରାଯାଇଛି।
ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡିରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ସେପଟେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରାଯାଇଛି।
Enhanced ex-gratia compensation will be provided to the victims;
₹10 Lakh in case of death,
₹2.5 Lakh towards grievous and ₹50,000 for minor injuries.— Ashwini Vaishnaw (@AshwiniVaishnaw) June 17, 2024
କଞ୍ଚନଜଙ୍ଗାକୁ ଏକ୍ସପ୍ରେସ୍କୁ ଧକ୍କା ଦେଇଥିଲା ମାଲବାହୀ ଟ୍ରେନ୍ । ଧକ୍କା ଦେବା ଫଳରେ କଞ୍ଚନଜଙ୍ଗା ଏକ୍ସପ୍ରେସର ଅନେକ ବଗି ଲାଇନଚ୍ୟୁତ ହୋଇଛି ।
ରେଳ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏକ୍ସରେ ସେ ଲେଖିଛନ୍ତି ଯେ ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣା ଦୁଃଖଦାୟକ। ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।
ସେପଟେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୋଦି। ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ସେହିପରି ଆହତଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରାଯାଇଛି।