ଠିକ ସମୟରେ ସରିବ ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ :ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଠିକ ସମୟରେ ସରିବ ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ । ସଠିକ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କ ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି। ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ […] The post ଠିକ ସମୟରେ ସରିବ ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ :ମୁଖ୍ୟମନ୍ତ୍ରୀ appeared first on KNews Odisha.

ଭୁବନେଶ୍ୱର : ଠିକ ସମୟରେ ସରିବ ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ । ସଠିକ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ମା’ ବିରଜାଙ୍କ ପ୍ରତି ସାରା ଓଡିଶାର ଜନସାଧାରଣଙ୍କ ପ୍ରଗାଢ ଭକ୍ତି ଓ ନିଷ୍ଠା ରହିଛି। ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ ବୋଲି ସେ କହିଛନ୍ତି। ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
The post ଠିକ ସମୟରେ ସରିବ ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ :ମୁଖ୍ୟମନ୍ତ୍ରୀ appeared first on KNews Odisha.