ଡକ୍ଟର ବି.ଆର୍‌ ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ସମ୍ବିଧାନ ପ୍ରଣେତା ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ନାମରେ ବରମୁଣ୍ଡା ବସଷ୍ଟାଣ୍ଡର ନାମକରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଫିସ୍ ପକ୍ଷରୁ ସୂଚନା ଦିଆଯାଇଛି।

ଡକ୍ଟର ବି.ଆର୍‌ ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ

ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସ୍ ଷ୍ଟାଣ୍ଡ। ସମ୍ବିଧାନ ପ୍ରଣେତା ଡକ୍ଟର ବାବା ସାହେବ ଆମ୍ବେଦକରଙ୍କ ନାମରେ ବରମୁଣ୍ଡା ବସଷ୍ଟାଣ୍ଡର ନାମକରଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଫିସ୍ ପକ୍ଷରୁ ସୂଚନା ଦିଆଯାଇଛି।

ତାସହ ଆମ୍ବେଦକରଙ୍କ ଜୀବନ ଓ ଆଦର୍ଶକୁ ନେଇ ୯ଶହ ବର୍ଗଫୁଟ ପରିମିତ ଅଞ୍ଚଳରେ ଏକ ସ୍ୱତନ୍ତ୍ର ଗ୍ୟାଲେରୀ ମଧ୍ୟ ନିର୍ମାଣ କରାଯିବ। ଯେଉଁଠି ଡିଜିଟାଲ ଜ୍ଞାନକୌଶଳ ଜରିଆରେ ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶକୁ ଉପସ୍ଥାପନ କରାଯିବ।

୧୫.୫ ଏକର ପରିମିତ ଜମିରେ ବରମୁଣ୍ଡା ବସଷ୍ଟାଣ୍ଡ ଦୈନିକ ୩୦ ହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ। ଯାତ୍ରୀଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗ ସହ ନିରାପତ୍ତା ପ୍ରତି ମଧ୍ୟ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି।