ଡକ୍ଟର ମହତାବ ଓଡ଼ିଶାର ସର୍ଦ୍ଦାର ପଟେଲ ଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୧ା୧୧: ଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ତାଙ୍କର ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି, ଡକ୍ଟର ମହତାବ ଓଡ଼ିଶାର ସର୍ଦ୍ଦାର ପଟେଲ ଥିଲେ। ମହାନ ରାଷ୍ଟ୍ରନେତା, ସ୍ବାଧୀନତା ସଂଗ୍ରାମୀ ଭାବେ ତାଙ୍କର ଅବଦାନ ଅତୁଳନୀୟ। ବିଗତ ଦିନରେ କେବଳ ଗୋଟିଏ ପରିବାରକୁ ଗୁରୁତ୍ୱ ମିଳି ଆସୁଥିଲା। ୧୯୩୮ରେ କଂଗ୍ରେସ କାର୍ଯ୍ୟକାରୀ କମିଟିକୁ ମହତାବ […] The post ଡକ୍ଟର ମହତାବ ଓଡ଼ିଶାର ସର୍ଦ୍ଦାର ପଟେଲ ଥିଲେ: ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଡକ୍ଟର ମହତାବ ଓଡ଼ିଶାର ସର୍ଦ୍ଦାର ପଟେଲ ଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୧ା୧୧: ଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ତାଙ୍କର ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି, ଡକ୍ଟର ମହତାବ ଓଡ଼ିଶାର ସର୍ଦ୍ଦାର ପଟେଲ ଥିଲେ। ମହାନ ରାଷ୍ଟ୍ରନେତା, ସ୍ବାଧୀନତା ସଂଗ୍ରାମୀ ଭାବେ ତାଙ୍କର ଅବଦାନ ଅତୁଳନୀୟ। ବିଗତ ଦିନରେ କେବଳ ଗୋଟିଏ ପରିବାରକୁ ଗୁରୁତ୍ୱ ମିଳି ଆସୁଥିଲା।

୧୯୩୮ରେ କଂଗ୍ରେସ କାର୍ଯ୍ୟକାରୀ କମିଟିକୁ ମହତାବ ମନୋନୀତ ହୋଇଥିଲେ। ୧୯୭୫ ଜରୁରୀକାଳିନ ପରିସ୍ଥିତ ବେଳେ ତାଙ୍କୁ ଜେଲ୍‌ ଯିବାକୁ ପଡ଼ିଥିଲା। ଇନ୍ଦିରା ଗାନ୍ଧୀଙ୍କ ଶାସନରେ ଅତିଷ୍ଠ ହୋଇ କଂଗ୍ରେସ ସହ ସେ ସମ୍ପର୍କ ଚ୍ଛିନ୍ନ କରିଥିଲେ। ହୀରାକୁଦ ଡ୍ୟାମ୍‌ ଓ ଓଡ଼ିଶା ଭାଷା ପ୍ରତି ଅବଦାନକୁ ଭୁଲି ହେବ ନାହିଁ। ପ୍ରଜାତନ୍ତ୍ର ପ୍ରଚାର ସମିତି ପ୍ରତିଷ୍ଠା କରି ମହତାବ ସାମ୍ବାଦିକତା ବି ସୃଷ୍ଟି କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏବଂ କଟକ ଏମ୍‌ପି ତଥା ଡ. ହରେକୃଷ୍ଣ ମହତାବଙ୍କ ପୁତ୍ର ଭର୍ତ୍ତୃହରି ମହତାବ ଯୋଗଦେଇଥିଲେ।

The post ଡକ୍ଟର ମହତାବ ଓଡ଼ିଶାର ସର୍ଦ୍ଦାର ପଟେଲ ଥିଲେ: ମୁଖ୍ୟମନ୍ତ୍ରୀ appeared first on Dharitri Odia News.