ଡମ୍ବରୁଧରଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୫: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ। ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ ଯୋଗେ କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ […] The post ଡମ୍ବରୁଧରଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଡମ୍ବରୁଧରଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୫: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ। ତାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ ଯୋଗେ କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁଧର ଉଲାକାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ଡମ୍ବରୁଧର ଉଲାକା ବିଷମକଟକରୁ ୭ଥର କଂଗ୍ରେସ ବିଧାୟକ ଥିଲେ। ଏହା ସହ ସେ ଓଡ଼ିଶା ଗୃହ ବିଭାଗ ତଥା ଜଙ୍ଗଲ ବିଭାଗ,ଅବକାରୀ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଜଳ ଓ ପରିମଳ ବିଭାଗର ମନ୍ତ୍ରୀ ପଦ ମଧ୍ୟ ତୁଲାଇ ଥିଲେ। ତାଙ୍କର ବିୟଗ ସମୟରେ ତିନି ଝିଅ, ପୁଅ ଓ ସ୍ତ୍ରୀ ଉପସ୍ଥିତ ଥିଲେ।
ପ୍ରଥମେ ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନ କୁ ନିଆଯିବ ଓ ଏହା ପରେ ରାୟଗଡ଼ା ଜିଲା କୋଲନରା ବ୍ଲକ ବାଙ୍କିଲି ସ୍ଥିତ ବାସଭନକୁ ନିଆଯିବାର ସୂଚନା ମିଳୁଛି।
ଦେହାନ୍ତ ବିଷୟରେ ଜାଣି ମାନ୍ୟବର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ବରିଷ୍ଠ ଆଇନଜୀବୀ ଦିଲ୍ଲୀପ କୁମାର ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିବା ସହ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।

 

The post ଡମ୍ବରୁଧରଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.