ଡର ବଢାଇଲା ଗତିପଥ! ୩ ଜିଲାକୁ ଅଧିକ ବିପଦ…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି। ଏହି ସମସୟରେ ଘଣ୍ଟା ପ୍ରତି ୧୨ କିମି ବେଗରେ ଦାନା ସ୍ଥଳଭାଗ ମୁହାଁ ହେଉଛି। ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା […] The post ଡର ବଢାଇଲା ଗତିପଥ! ୩ ଜିଲାକୁ ଅଧିକ ବିପଦ… appeared first on Dharitri Odia News.

ଡର ବଢାଇଲା ଗତିପଥ! ୩ ଜିଲାକୁ ଅଧିକ ବିପଦ…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଥିବା ଦାନା ଭୟଙ୍କର ବେଗରେ ସ୍ଥଳଭାଗ ମୁହାଁ ହେଉଛି। ଏହି ସମସୟରେ ଘଣ୍ଟା ପ୍ରତି ୧୨ କିମି ବେଗରେ ଦାନା ସ୍ଥଳଭାଗ ମୁହାଁ ହେଉଛି। ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ ଦାନା । ସ୍ଥଳ ଭାଗ ଛୁଇଁବା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିବ। ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ ବୋଲି ପୂର୍ବରୁ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

କିନ୍ତୁ ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲ୍ୟାଣ୍ଡଫଲ୍‌ବେଳେ ବାତ୍ୟାର ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ। ବାତ୍ୟାର ଗତିପଥ ଟିକେ ବଙ୍କେଇବ। ତେବେ ବାତ୍ୟା ପ୍ରଭାବରେ ୨୪ ଏବଂ ୨୫ ତାରିଖ ଦୁଇଦିନ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି।

ସେ ଆହୁରି କହିଛନ୍ତି, ୩ ଜିଲାରେ ବେଶୀ ପବନ ବହିପାରେ। କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ବରରେ ବେଶୀ ପବନ ହେବ। ଉକ୍ତ ୩ ଜିଲାରେ ୧୦୦ରୁ ୧୨୦ କିମି ପବନ ବହିବ। ଏବେ ପାରାଦୀପଠାରୁ ୨ଶହ କିମି ଦୂରରେ ଅଛି ବାତ୍ୟା। ସେଠାରେ ଏବେ ପବନ ବେଗ ୯୫ରୁ ୧୦୫ କିମି ରହିଛି। ଏହା କ୍ରମଶ ବଢ଼ିବ। ଆଜି ରାତିରୁ କାଲି ସକାଳ ଯାଏଁ ବେଶୀ ପବନ ହେବ। ଏଥିସହ ଖୋର୍ଦ୍ଧା, ପୁରୀ, ମୟୂରଭଂଜରେ ୬୦ରୁ ୮୦ କିମି ପବନ ବହିବ ବୋଲି ଆଇଏମଡି ଡିଜି କହିଛନ୍ତି।

The post ଡର ବଢାଇଲା ଗତିପଥ! ୩ ଜିଲାକୁ ଅଧିକ ବିପଦ… appeared first on Dharitri Odia News.