ଡାକ୍ତରଖାନାରେ ଭର୍ତି ହେଲେ ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡ଼ଭାନୀ

ନୂଆଦିଲ୍ଲୀ : ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ ଅସୁସ୍ଥ I ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ଆପୋଲୋ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି । ୯୬ ବର୍ଷୀୟ ଆଡ଼ଭାନୀଙ୍କୁ ଦୁଇ ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନ୍ୟୁରୋଲୋଜି ବିଭାଗର ବରିଷ୍ଠ ଡାକ୍ତର ବିନୀତ ସୂରୀଙ୍କ ତତ୍ତ୍ୱାବଧାନରେ ତାଙ୍କ ଚିକିତ୍ସା ଚାଲିଛି। ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ବୟସାଧିକ୍ୟ କାରଣରୁ ସେ ଅସୁସ୍ଥ ହୋଇପଡିଥିବା ଜଣାପଡିଛି I ତେବେ ଏହା ଏକ ରୁଟିନ୍ ଚେକ୍‌ ଅପ୍ ବୋଲି […]

ଡାକ୍ତରଖାନାରେ ଭର୍ତି ହେଲେ ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡ଼ଭାନୀ
ଡାକ୍ତରଖାନାରେ ଭର୍ତି ହେଲେ ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡ଼ଭାନୀ

ନୂଆଦିଲ୍ଲୀ : ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ ଅସୁସ୍ଥ I ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ଆପୋଲୋ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି । ୯୬ ବର୍ଷୀୟ ଆଡ଼ଭାନୀଙ୍କୁ ଦୁଇ ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନ୍ୟୁରୋଲୋଜି ବିଭାଗର ବରିଷ୍ଠ ଡାକ୍ତର ବିନୀତ ସୂରୀଙ୍କ ତତ୍ତ୍ୱାବଧାନରେ ତାଙ୍କ ଚିକିତ୍ସା ଚାଲିଛି। ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ବୟସାଧିକ୍ୟ କାରଣରୁ ସେ ଅସୁସ୍ଥ ହୋଇପଡିଥିବା ଜଣାପଡିଛି I ତେବେ ଏହା ଏକ ରୁଟିନ୍ ଚେକ୍‌ ଅପ୍ ବୋଲି କୁହାଯାଉଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ହସ୍ପିଟାଲ ପକ୍ଷରୁ କୁହାଯାଇଛି ଯେ ଏହି ସମୟରେ ପରିବାରର ଗୋପନୀୟତାକୁ ସମ୍ମାନ ଦେବା ପାଇଁ ଆମେ ସମସ୍ତଙ୍କୁ ଅନୁରୋଧ କରୁଛୁ । ଉପଯୁକ୍ତ ଭାବରେ ପରବର୍ତ୍ତୀ ଅପଡେଟ୍ ପ୍ରଦାନ କରାଯିବ ।

ସୂଚନାନୁସାରେ,ଲାଲକୃଷ୍ଣ ଆଡଭାନୀଙ୍କ ବୟସ ୯୭ ବର୍ଷ। ଗତ ୪-୫ ମାସ ମଧ୍ୟରେ ତାଙ୍କୁ ଅନେକ ଥର ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡ଼ିଛି। ଏହା ପୂର୍ବରୁ ଅଗଷ୍ଟ ମାସରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚଳିତ ବର୍ଷ ତାଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରାଯାଇଛି। ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ସେ ରାଷ୍ଟ୍ରପତି ଭବନ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରିନଥିଲେ। ତାଙ୍କ ବାସଭବନରେ ତାଙ୍କୁ ଭାରତ ରତ୍ନ ପ୍ରଦାନ କରାଯାଇଥିଲା।

୧୯୨୭ ନଭେମ୍ବର ୮ରେ ଆଡଭାନୀ ବ୍ରିଟିଶ ଇଣ୍ଡିଆର କରାଚୀରେ ଜନ୍ମଗ୍ରହଣ କରିଥିଲେ। ବିଜେପିର ସହପ୍ରତିଷ୍ଠାତା ଆଡଭାନୀ ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ଭାରତର ଉପପ୍ରଧାନମନ୍ତ୍ରୀ ଥିଲେ।