ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିବିଆଇ ତଦନ୍ତ ନିର୍ଦେଶ

କୋଲକାତା: ଡାକ୍ତରୀ ଛାତ୍ରୀଙ୍କ ହତ୍ୟା ଘଟଣାରେ ତଦନ୍ତ କରିବ ସିବିଆଇ I ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ଭୀବତ୍ସ ଭାବରେ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କୋଲକାତା ହାଇକୋର୍ଟ । ଆଜି ଘଟଣାର ଶୁଣାଣି ସମୟରେ ସମସ୍ତ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ କୋର୍ଟ ଏହି ଘଟଣାର ତଦନ୍ତ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। କୋଲକାତା ପୁଲିସ୍‌ ବର୍ତ୍ତମାନ ଘଟଣାର ତଦନ୍ତ କରିବା ସହ ମୁଖ୍ୟ […]

ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିବିଆଇ ତଦନ୍ତ ନିର୍ଦେଶ
ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିବିଆଇ ତଦନ୍ତ ନିର୍ଦେଶ

କୋଲକାତା: ଡାକ୍ତରୀ ଛାତ୍ରୀଙ୍କ ହତ୍ୟା ଘଟଣାରେ ତଦନ୍ତ କରିବ ସିବିଆଇ I ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ଭୀବତ୍ସ ଭାବରେ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କୋଲକାତା ହାଇକୋର୍ଟ । ଆଜି ଘଟଣାର ଶୁଣାଣି ସମୟରେ ସମସ୍ତ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ କୋର୍ଟ ଏହି ଘଟଣାର ତଦନ୍ତ କରିବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। କୋଲକାତା ପୁଲିସ୍‌ ବର୍ତ୍ତମାନ ଘଟଣାର ତଦନ୍ତ କରିବା ସହ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି ସାରିଛି। ତଥାପି ଆଜି ହାଇକୋର୍ଟ ସିବିଆଇକୁ ତଦନ୍ତ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି I

ଏହି ମାମଲା ସହ ଜଡିତ ସମସ୍ତ ଦଲିଲକୁ ତୁରନ୍ତ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିକୁ ହସ୍ତାନ୍ତର କରିବାକୁ କୋର୍ଟ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ତତ୍ତ୍ବାବଧାନରେ ସିବିଆଇ ଏହି ଘଟଣାର ତଦନ୍ତ କରିବ। ତଦନ୍ତ କରି ୩ ସପ୍ତାହ ମଧ୍ୟରେ ରିପୋର୍ଟ ଦେବା ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ହାଇକୋର୍ଟ କହିଛନ୍ତି।

ସୂଚନାନୁସାରେ,ଗତ ଗୁରୁବାର ଦିନ କୋଲକତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ୩୧ ବର୍ଷୀୟ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ସହ ଅତି ଭୀବତ୍ସ ଭାବରେ ହତ୍ୟା କରାଯାଇଥିଲା I ଘଟଣାର ୬ ଘଣ୍ଟା ମଧ୍ୟରେ ପୁଲିସ୍‌ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟକୁ ଗିରଫ କରି ସାରିଛି। ତେବେ ଘଟଣାରେ ହସ୍ପିଟାଲ କର୍ତ୍ତୃପକ୍ଷ ଅନେକ ତ୍ରୁଟି କରିଥିବା ହୃଦୟଙ୍ଗମ କରି ହାଇକୋର୍ଟ ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।