ଡିଭାଇଡରକୁ ପିଟିଲା ଯାତ୍ରୀବାହୀ ବସ୍, ଗାଡିରେ ଥିଲେ ୫୦ରୁ ଅଧିକ ଯାତ୍ରୀ
ଜଳେଶ୍ୱର ୦୪।୦୫ : ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଇନ୍ଦିରା ଛକ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଡିଭାଇଡରକୁ ପିଟିଲା ଯାତ୍ରୀବାହୀ ବସ୍ । ଯେଉଁଥିରେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବାଲେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା ଏକ ଘରୋଇ ଯାତ୍ରୀବାହୀ ବସ୍ । ହେଲେ ରାତି ପ୍ରାୟ ଗୋଟାଏ ସମୟରେ ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଘଟିଲା ଦୁର୍ଘଟଣା । ବସ୍ଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଡିଭାଇଡରକୁ ଧକ୍କା ଦେଇଥିଲା । ସୌଭାଗ୍ୟକୁ ଏହି ଦୁର୍ଘଟଣାରେ ବସ୍ର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି । ସେପଟେ ଏହି ଦୁର୍ଘଟଣା ପରେ ଅନ୍ୟ ଏକ ବସ୍ ଯୋଗ ସମସ୍ତ ଯାତ୍ରୀଙ୍କୁ ନିଜ ନିଜ ଗନ୍ତବ୍ୟସ୍ଥଳକୁ ପଠାଯାଇଛି। ବିଳମ୍ବିତ ରାତିରେ ଗାଡି ଚଳାଉଥିବା ବେଳେ ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ଏପରି ଘଟଣା ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରୁ ବସ୍ କର୍ମଚାରୀମାନେ ଫେରାର ମାରିଛନ୍ତି । ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।
ଜଳେଶ୍ୱର ୦୪।୦୫ : ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଇନ୍ଦିରା ଛକ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଡିଭାଇଡରକୁ ପିଟିଲା ଯାତ୍ରୀବାହୀ ବସ୍ । ଯେଉଁଥିରେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ଅନୁଯାୟୀ, ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବାଲେଶ୍ୱରରୁ କୋଲକାତା ଅଭିମୁଖେ ଯାଉଥିଲା ଏକ ଘରୋଇ ଯାତ୍ରୀବାହୀ ବସ୍ । ହେଲେ ରାତି ପ୍ରାୟ ଗୋଟାଏ ସମୟରେ ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଘଟିଲା ଦୁର୍ଘଟଣା । ବସ୍ଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଡିଭାଇଡରକୁ ଧକ୍କା ଦେଇଥିଲା । ସୌଭାଗ୍ୟକୁ ଏହି ଦୁର୍ଘଟଣାରେ ବସ୍ର ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି ।
ସେପଟେ ଏହି ଦୁର୍ଘଟଣା ପରେ ଅନ୍ୟ ଏକ ବସ୍ ଯୋଗ ସମସ୍ତ ଯାତ୍ରୀଙ୍କୁ ନିଜ ନିଜ ଗନ୍ତବ୍ୟସ୍ଥଳକୁ ପଠାଯାଇଛି। ବିଳମ୍ବିତ ରାତିରେ ଗାଡି ଚଳାଉଥିବା ବେଳେ ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ଏପରି ଘଟଣା ଘଟିଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରୁ ବସ୍ କର୍ମଚାରୀମାନେ ଫେରାର ମାରିଛନ୍ତି । ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।