ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର : ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହା ନିର୍ଦ୍ଦେଶକ ଓ୍ୱାଇ.ବି.ଖୁରାନିଆ, […] The post ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on KNews Odisha.

ଭୁବନେଶ୍ୱର : ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହା ନିର୍ଦ୍ଦେଶକ ଓ୍ୱାଇ.ବି.ଖୁରାନିଆ, ଅଗ୍ନିଶମ ବିଭାଗ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।
ଡିସେମ୍ବର ୩ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସଂଧ୍ୟାରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ସ୍ଥିତ ନିଳାଦ୍ରୀ ବିହାରଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନବନିର୍ମିତ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବେ।
୪ ତାରିଖ ପୂର୍ବାହ୍ନରେ ରାଷ୍ଟ୍ରପତି ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପରେ ଶ୍ରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ସେଦିନ ନୌସେନା ଦିବସ ଅବସରରେ ରାଷ୍ଟ୍ରପତି ଅପରାହ୍ଣ ୩.୫୫ରେ ଭାରତୀୟ ନୌସେନା ତରଫରୁ ପୁରୀ ବ୍ଲୁ ଫ୍ଲାଗ୍ ବେଳାଭୂମିରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ।
The post ଡିସେମ୍ବର ୩ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on KNews Odisha.