ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ପୁର୍ବଥର ଭଳି ଏହି ଦିନ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଆସନ୍ତା ବୁଧବାର ଅର୍ଥାତ୍ ଡିସେମ୍ବର ୨୫ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ଏଥିପାଇଁ […] The post ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ appeared first on Dharitri Odia News.
ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ପୁର୍ବଥର ଭଳି ଏହି ଦିନ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।
ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଆସନ୍ତା ବୁଧବାର ଅର୍ଥାତ୍ ଡିସେମ୍ବର ୨୫ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ଏଥିପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ। ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ କରିପାରିବେ।
ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଆଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
The post ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ appeared first on Dharitri Odia News.