ତାତି ନ ଥମୁଣୁ ପୁଣି କିଟ୍ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ
ଭୁବନେଶ୍ୱର,୧।୩: କିଟ୍ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା ସୂଚନା ମିଳିଛି। ମୃତଛାତ୍ର କିଟ୍ ବିଶ୍ବବିଦ୍ୟାଳୟରେ ବିଟେକ ତୃତୀୟ ବର୍ଷର ଛାତ୍ର। ଛାତ୍ର ଜଣଙ୍କ ନାଁ ଅର୍ଣ୍ଣବ ମୁଖାର୍ଜୀ, ଘର ପଶ୍ଚିମବଙ୍ଗ ବାଁକୁରା। ଅର୍ଣ୍ଣବ କିଟ୍ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ତେବେ […] The post ତାତି ନ ଥମୁଣୁ ପୁଣି କିଟ୍ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ appeared first on Dharitri Odia News.
ଭୁବନେଶ୍ୱର,୧।୩: କିଟ୍ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା ସୂଚନା ମିଳିଛି। ମୃତଛାତ୍ର କିଟ୍ ବିଶ୍ବବିଦ୍ୟାଳୟରେ ବିଟେକ ତୃତୀୟ ବର୍ଷର ଛାତ୍ର। ଛାତ୍ର ଜଣଙ୍କ ନାଁ ଅର୍ଣ୍ଣବ ମୁଖାର୍ଜୀ, ଘର ପଶ୍ଚିମବଙ୍ଗ ବାଁକୁରା।
ଅର୍ଣ୍ଣବ କିଟ୍ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ତେବେ ଏବେ ପ୍ରଶ୍ନ ଉଠୁଛି ହଷ୍ଟେଲ୍ରୁ ସେ କାହିଁକି ମଞ୍ଚେଶ୍ୱର ଆସିଥିଲେ। ସେଠାରେ କେଉଁ ପରିସ୍ଥିତିରେ ତାଙ୍କରୁ ମୃତ୍ୟୁ ଘଟିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି। ଅପମୃତ୍ୟୁ ମାମଲା ରୁଜୁ କରି ମଞ୍ଚେଶ୍ବର ପୋଲିସର ତଦନ୍ତ ଜାରି ରଖିଥିବା ବେଳେ ଅର୍ଣ୍ଣବଙ୍କ ମୃତ୍ୟୁ ନେଇ କିଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।
The post ତାତି ନ ଥମୁଣୁ ପୁଣି କିଟ୍ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ appeared first on Dharitri Odia News.