ତାମିଲନାଡୁରେ ବାତ୍ୟା: ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା…
ଚେନ୍ନାଇ: ଆଜି ବାତ୍ୟାରେ ପରିଣତ ହୋଇପାରେ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ। ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ୍ ‘ଫେଙ୍ଗଲ’ ଆସନ୍ତାକାଲି କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ହେଲେ ଏବଠୁ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଦକ୍ଷିଣ ଭାରତ ସମେତ ଅନେକ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଆଜି ସକାଳୁ ରାଜ୍ଯର […]

ଚେନ୍ନାଇ: ଆଜି ବାତ୍ୟାରେ ପରିଣତ ହୋଇପାରେ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ। ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ୍ ‘ଫେଙ୍ଗଲ’ ଆସନ୍ତାକାଲି କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ହେଲେ ଏବଠୁ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଦକ୍ଷିଣ ଭାରତ ସମେତ ଅନେକ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି।
ଏହାର ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଆଜି ସକାଳୁ ରାଜ୍ଯର କିଛି ଜିଲ୍ଲାରେ ଆକାଶ ମେଘାଛନ୍ନ ରହିଛି। ଓଡ଼ିଶା ଉପରେ ପ୍ରଭାବ ନ ଥିଲେ ସୁଦ୍ଧା ଝିପିଝିପି ବର୍ଷା ହେବା ସମ୍ଭାବନା ରହିଛି। ଭୁବନେଶ୍ବରର କିଛି ସ୍ଥାନରେ ହାଲୁକା ବର୍ଷା ମଧ୍ୟ ହୋଇଛି।